ଭୁବନେଶ୍ୱର,୧୩ା୨: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ନାମାଙ୍କନ ଭରିବେ ୨ BJD ପ୍ରାର୍ଥୀ । ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ନାମାଙ୍କନ ଭରିବେ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ବିଧାନସଭାରେ ନାମାଙ୍କନ ଭରିବେ ବୋଲି ସୂଚନା ମିଳିଛି । ଗତକାଲି ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା BJD । କଟକ- ବାରବାଟୀର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଏବଂ ବିଜେଡ଼ି ଯୁବ ମୋର୍ଚ୍ଚା ଉପସଭାପତି ସୁଭାଶିଷ ଖୁଣ୍ଟିଆଙ୍କ ନାମ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ୨ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲା କରିବେ ବୋଲି ସୂଚନା ଦିଆଯାଇଛି । ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡ଼ି ୩ ଜଣ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିିଥିବା ବେଳେ ତୃତୀୟ ପ୍ରାର୍ଥୀଙ୍କ ନାମକୁ ନେଇ ଏବେବି ସସ୍ପେନ୍ସ ଜାରି ରହିଛି ।ଓଡ଼ିଶାର ୩ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଓ ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲ୍ ୩ରେ ଶେଷ ହେଉଛି। ଏହି ତିନିଟି ଆସନ ପାଇଁ ଫେବ୍ରୁଆରି ୨୭ ତାରିଖରେ ନିର୍ବାଚନ ହେବ। ଏଥିପାଇଁ ପ୍ରକାଶ ପାଇସାରିଛି ବିଜ୍ଞପ୍ତି । ଫେବ୍ରୁଆରୀ ୧୫ରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି । ଫେବ୍ରୁଆରୀ ୧୬ରେ ପ୍ରାର୍ଥିପତ୍ର ଯାଂଚ, ୨୦ରେ ହେବ ପ୍ରାର୍ଥିପତ୍ର ପ୍ରତ୍ୟାହାର । ହେଲେ ତୃତୀୟ ପ୍ରାର୍ଥୀଙ୍କ ନାମ ଘୋଷଣା ନକରି ସମସ୍ତଙ୍କୁ ସସପେନ୍ସରେ ରଖିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେଣୁ ରାଜ୍ୟସଭା ଦୌଡରେ ଆଦୌ ଚର୍ଚ୍ଚାରେ ନଥିବା ନେତାଙ୍କୁ ତୃତୀୟ ପ୍ରାର୍ଥୀ କରି ବିଜେଡି ସୁପ୍ରିମୋ ସମସ୍ତଙ୍କୁ ଚମକାଇ ଦେଇପାରନ୍ତି । ସଂଖ୍ୟା ଦୃଷ୍ଟିରୁ ତିନିଟି ଯାକ ଆସନ ବିଜେଡି ହାତକୁ ଯିବା ନିଶ୍ଚିତ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |