ଭୁବନେଶ୍ୱର,୧୩।୨:ଘରୋଇ ଉପଭୋକ୍ତାଙ୍କ ପାଇଁ ବିଜୁଳି ଦର ହ୍ରାସ କଲେ ଓଇଆର୍ସି । ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ କରାଗଲା । ଘରୋଇ ବ୍ୟତୀତ ଅନ୍ୟ ସମସ୍ତ କାଟେଗୋରୀରେ ଦର ଅପରିବର୍ତ୍ତିତ ରହିଛି । ବିପିଏଲ୍ ଉପଭୋକ୍ତାଙ୍କ ପାଇଁ ମାସିକ ଦେୟ ୮୦ରୁ ୭୦ ଟଙ୍କାକୁ ହ୍ରାସ କରିଛନ୍ତି ରାଜ୍ୟ ସରକାର ।ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ୍ ହୋଇଛି। ଘରୋଇ ବ୍ୟତୀତ ଅନ୍ୟ ସମସ୍ତ କାଟେଗୋରୀରେ ଦର ଅପରିବର୍ତ୍ତିତ ରହିବ। ବିପିଏଲ୍ ଉପଭୋକ୍ତାଙ୍କ ପାଇଁ ମାସିକ ଦେୟ ୮୦ରୁ ୭୦ ଟଙ୍କାକୁ ହ୍ରାସ କରାଯାଇଛି। କାଗଜ ଛାଡ଼ି ଯେଉଁ ଉପଭୋକ୍ତା ଇ-ବିଲ୍ ନେବେ, ସେମାନଙ୍କୁ ୧୦ ଟଙ୍କା ରିହାତି ମିଳିବ।କାଗଜ ଛାଡ଼ି ଯେଉଁ ଉପଭୋକ୍ତା ଇ-ବିଲ୍ ନେବେ, ସେମାନଙ୍କ ପାଇଁ ୧୦ ଟଙ୍କା ରିହାତି ଘୋଷଣା କରାଯାଇଛି । ସେହିପରି ଇଭି ଚାର୍ଜିଂ ପାଇଁ ୟୁନିଟ୍ ପିଛା ଦର ୫ ଟଙ୍କା ୫୦ରୁ ୫ ଟଙ୍କାକୁ ହ୍ରାସ କରାଯାଇଛି । ପ୍ରି-ପେଡ୍ ମିଟର ଥିବା ଉପଭୋକ୍ତାଙ୍କୁ ୪% ରିହାତି ମିଳିବ ବୋଲି ଘୋଷଣା ।ସେହିପରି ଶୀତଳ ଭଣ୍ଡାର ପାଇଁ ୟୁନିଟ ପିଛା ଦର ୧ ଟଙ୍କା ୬୦ ପଇସା ହ୍ରାସ । ଅନ୍ୟପଟେ ଧାର୍ଯ୍ୟ ସମୟରେ ବିଲ୍ ଦେଲେ ଘରୋଇ ଉପଭୋକ୍ତାଙ୍କୁ ୧୦ ପଇସା ରିହାତି ବୋଲି ଘୋଷଣା କରିଛନ୍ତି ଓଇଆର୍ସି । ସେହିପରି ଆଜି ପିଏମ୍ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନା ମଧ୍ୟ ଘୋଷଣା କରିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |