ମମତା ଯୋଜନାରେ ଦୁଇଗୁଣ ହେଲା ସହାୟତା ରାଶି

ଭୁବନେଶ୍ବର,୧୩।୨: ରାଜ୍ୟ ସରକାର ମାତୃ ଓ ଶିଶୁ ଅପପୁଷ୍ଟି ହ୍ରାସ ପାଇଁ ଆରମ୍ଭ କରିଥିବା ‘ମମତା ଯୋଜନା’ର ସହାୟତା ରାଶି ୨ଗୁଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ମମତା ଯୋଜନାରେ ଗର୍ଭବତୀ ମହିଳାମାନଙ୍କୁ ୨ଟି କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଉଥିଲା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆ ନିଷ୍ପତ୍ତି ଅନୁଯାୟୀ ଏହାକୁ ୧୦ ହଜାର ଟଙ୍କା କରିଦିଆଯାଇଛି ଫଳରେ ଏହି ଯୋଜନାରେ ହିତାଧିକାରୀଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ମିଳିବ। ୨୦୨୩ ଅଗଷ୍ଟ ମାସରୁ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ଏହି ବର୍ଦ୍ଧିତ ରାଶି ମିଳିବ। ଚଳିତ ଫେବ୍ରୁଆରି ମାସ ୨୦ ରୁ ୨୫ ତାରିଖ ମଧ୍ୟରେ ବକେୟା ରାଶି ହିତାଧିକାରୀମାନଙ୍କୁ ମିଳିବ।ନିଷ୍ପତ୍ତି ଅନୁଯାୟୀ ମମତା ଯୋଜନାରେ ୨ଟି କିସ୍ତିରେ ହିତାଧିକାରୀଙ୍କ ଜମା ଖାତାକୁ ସହାୟତା ରାଶି ସିଧାସଳଖ ଦିଆଯିବ। ପ୍ରଥମ କିସ୍ତିରେ (ଗର୍ଭାବସ୍ଥାର ୬ ମାସ ପରେ) ୬୦୦୦ ଟଙ୍କା ଏବଂ ଦ୍ୱିତୀୟ କିସ୍ତିରେ ଶିଶୁକୁ ଦଶମାସ ହେବା ପରେ ୪୦୦୦ ଟଙ୍କା ପ୍ରଦାନ କରାଯିବାର ବ୍ୟବସ୍ଥା ରଖାଯାଇଛି। ୧୯ ବର୍ଷରୁ ଊର୍ଦ୍ଧ୍ୱ ସବୁ ଗର୍ଭବତୀ ମହିଳା ୨ଟି ଜୀବିତ ସନ୍ତାନ ନିମନ୍ତେ ଏହି ସହାୟତା ପାଇପାରିବେ। ୧୩ଟି ନିର୍ଦ୍ଦିଷ୍ଟ ଆଦିମ ଜନଜାତି ଗୋଷ୍ଠୀର ମା’ ମାନଙ୍କୁ ପ୍ରତ୍ୟେକ ଗର୍ଭ ନିମନ୍ତେ ମମତା ସହାୟତା ରାଶି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ହୋଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!