କେନ୍ଦ୍ରାପଡ଼ା,୧୪।୨ :କଂଗ୍ରେସକୁ ମିଳିଲା ଆଉ ଏକ ଝଟକା। କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି । ଅଂଶୁମାନ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ଜଣାପଡ଼ିଛି । ଅଂଶୁମାନ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ବିଧାୟକ ରହିଥିଲେ । ସେ କେନ୍ଦ୍ରାପଡ଼ାର ରାଜନଗର ଆସନରୁ ବିଧାୟକ ଭାବେ ରାଜ୍ୟ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଅଂଶୁମାନ ଅଚାନକ ହାତ ଛାଡ଼ିବା ପରେ ରାଜନୈତିକ ମହଲରେ ବଡ଼ ଚର୍ଚ୍ଚା ହେଉଛି । ୨୦୧୪ରୁ ୨୦୧୯ ଯାଏଁ କେନ୍ଦ୍ରାପଡ଼ା ରାଜନଗରରୁ କଂଗ୍ରେସର ବିଧାୟକ ଥିଲେ। ତେବେ ସେ କାହିଁକି ଦଳ ଛାଡ଼ିଲେ ସେ ସମ୍ପର୍କରେ ସବିଶେଷ ସୂଚନା ମିଳିପାରିନି। ଅଂଶୁମାନ କେନ୍ଦ୍ରାପଡ଼ା ଜିଲ୍ଲାରେ କଂଗ୍ରେସର ଜଣେ ଟାଣୁଆ ଯୁବ ଚେହେରା ଥିଲେ। ଅଂଶୁମାନ କଂଗ୍ରେସ ଛାଡ଼ିବା ପରେ କେଉଁ ଦଳକୁ ଯିବେ ତାହା ଜଣାପଡ଼ିନାହିଁ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |