ନୂଆଦିଲ୍ଲୀ, ୧୪।୨:ରାଜ୍ୟସଭା ଯିବେ କଂଗ୍ରେସ ହାଇକମାଣ୍ଡ ସୋନିଆ ଗାନ୍ଧି। ଏଥିପାଇଁ ଆଜି ସେ ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ ସମୟରେ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ଉପସ୍ଥିତ ରହିଥିଲେ । ସେହିଭଳି କଂଗ୍ରେସର ବରିଷ୍ଠ ନେତା ମଧ୍ୟ ଏହି ନାମାଙ୍କନପତ୍ର ଦାଖଲ ବେଳେ ସାଙ୍ଗରେ ରହିଥିଲେ । ସୋନିଆ ଗାନ୍ଧୀ ନାମାଙ୍କନପତ୍ର ଦାଖଲ କରିବା ବେଳ ଉପସ୍ଥିତ ଥିବା ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କହିଛନ୍ତି, ପ୍ରଧାନମନ୍ତ୍ରୀ ପଦ ତ୍ୟାଗ କରିଥିବା ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ଦଳ ରାଜସ୍ଥାନରୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରିଥିବାରୁ ଏହାକୁ ସ୍ୱାଗତ କରୁଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |