ଭୁବନେଶ୍ୱର,୧୪ା୨:ବଢ଼ିଲା କଳାକାର ସହାୟତା ରାଶି । ଏଣିକି ମାସକୁ ୨ ହଜାର ଟଙ୍କା ଲେଖାଏଁ ପାଇବେ କଳାକାର । ପୂର୍ବରୁ କଳାକାରମାନେ ୧୨୦୦ ଟଙ୍କା ପାଉଥିବା ବେଳେ ଏବେ ସେମାନଙ୍କ ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ରେ କଳାକାରଙ୍କ ସହାୟତା ରାଶି ବୃଦ୍ଧି କରିଛନ୍ତି। ଏହି ଯୋଜନାରେ ହିତାଧିକାରୀମାନେ ଏବେ ମାସକୁ ୧୨୦୦ ପରିବର୍ତ୍ତେ ୨୦୦୦ ଟଙ୍କା ପାଇବେ। ୮୦ ବର୍ଷରୁ ଅଧିକ ବୟସର କଳାକାର ମାସକୁ ୨୫୦୦ ଟଙ୍କା ସହାୟତା ପାଇବେ। ଏହାଦ୍ୱାରା ରାଜ୍ୟର ୮୦ ହଜାର କଳାକାର ଉପକୃତ ହେବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |