ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ୍‌ ଜୋନ୍‌ ଘୋଷଣା

ପୁରୀ,୧୪ା୨: ପୁରୀ ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ ଜୋନ୍ ଘୋଷଣା ସହିତ ଭିତରେ ମୋବାଇଲ ଦ୍ୱାରା ଫୋଟୋ ଉତ୍ତୋଳନକୁ ବାରଣ କରାଯାଇଛି। ତେବେ ଶ୍ରୀଜଗନ୍ନାଥ ମନ୍ଦିରରେ ଶାନ୍ତି ଓ ନିରାପତ୍ତା ସୁନିଶ୍ଚିତ କରିବା ନେଇ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଏ ନେଇ ପ୍ରାଥମିକ ଭାବେ ପୁରୀ ପୋଲିସ ପକ୍ଷରୁ ସଚେତନତା ସୃଷ୍ଟି କରାଯାଇଥିବା ବେଳେ ନିୟମ ଉଲ୍ଲଂଘନ କଲେ କଡା ପଦକ୍ଷେପ ନିଆଯିବ ବୋଲି କୁହାଯାଇଛି। ଏହା ଉପରେ ସ୍ୱତନ୍ତ୍ର ନଜର ରଖିବ ପୁରୀ ପୁଲିସ। ଶ୍ରୀମନ୍ଦିର ଉପରେ ଆଉ ଉଡ଼ି ପାରିବନି ଡ୍ରୋନ୍‌। ଶ୍ରୀଜଗନ୍ନାଥ ମନ୍ଦିରରେ ଶାନ୍ତି ଓ ନିରାପତ୍ତା ଦୃଷ୍ଟିରୁ ପୁରୀ ପୋଲିସ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଶ୍ରୀମନ୍ଦିର ଉପରେ ନୋ ଫ୍ଲାଇଙ୍ଗ୍‌ ଜୋନ୍‌ ଘୋଷଣା ସହିତ ଭିତରେ ମୋବାଇଲରେ ଫଟୋ ଉଠାଇବାକୁ ବାରଣ କରାଯାଇଛି। ଏନେଇ ପୋଲିସ ପକ୍ଷରୁ ସଚେତନତା ସୃଷ୍ଟି କରାଯାଇଥିବା ବେଳେ ନିୟମ ଉଲ୍ଲଂଘନ କଲେ କଡ଼ା ପଦକ୍ଷେପ ନିଆଯିବ ବୋଲି ପୋଲିସ କହିଛି।ଏ ନେଇ ସୋସିଆଲ ମିଡିଆ ଜରିଆରେ ପୋଲିସ ପକ୍ଷରୁ ସଚେତନତା କରାଯାଇଛି। ଦୁଇଦିନ ତଳେ ଜଣେ ୟୁଟ୍ୟୁବର ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡ଼ାଇ ଚର୍ଚ୍ଚାକୁ ଆସିଥିଲେ। ଏହା ପରେ ପୋଲିସ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!