ଆଜି ଓଡ଼ିଶା ଆସିବେ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର,୧୫।୨: ଆଜି ଓଡ଼ିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ନେତୃତ୍ୱରେ ୭ ଜଣିଆ ଅଧିକାରୀମାନଙ୍କ ଏକ ଟିମ୍ ମଧ୍ୟ ଓଡ଼ିଶା ଆସୁଛନ୍ତି। ଏହି ଟିମ୍ ଆଜିଠୁ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ। ଆଗକୁ ସାଧାରଣ ନିର୍ବାଚନ ରହିଥିବା ବେଳେ ଏହାକୁ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆଉ ଏହି ପ୍ରସ୍ତୁତିକୁ ସମୀକ୍ଷା କରିବା ପାଇଁ ଦେଶର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଆଜି ଓଡ଼ିଶା ଆସୁଛନ୍ତି।  ୧୬ ତାରିଖରେ ଏହି ଟିମ୍ ବିଭିନ୍ନ ଜାତୀୟ ଏବଂ ଆଞ୍ଚଳିକ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିବେ। ଏଥିସହିତ ରାଜ୍ୟ ପଦାଧିକାରୀ, ଡିଇଓ, ଏସପି, ସିପି ଏବଂ ଆଇଜିଙ୍କ ସହ ମଧ୍ୟ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ସେହିପରି ୧୭ ତାରିଖରେ ମୁଖ୍ୟ ନିର୍ବାଚନ କମିଶନର ଓ ତାଙ୍କ ଟିମ୍ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ, ନୋଡାଲ ଅଫିସର, ମୁଖ୍ୟଶାସନ ସଚିବ, ପୁଲିସ ଡିଜି ଏବଂ ଏନଫୋର୍ସମେଣ୍ଟ ଏଜେନ୍ସି ସହ ନିର୍ବାଚନ ବାବଦରେ ସମୀକ୍ଷା କରିବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!