ବୌଦ୍ଧ,୧୫।୨:ଭିଜିଲାନ୍ସ ଜାଲରେ ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ର। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବସନ୍ତଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ଜାଲରେ ବୌଦ୍ଧ ଆର୍ଟିଓ ବସନ୍ତ ମହାପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଉଛି। ଭୁବନେଶ୍ୱର, ବୌଦ୍ଧ ଥିବା ଭଡ଼ା ଘର ଓ ଅଫିସସ, ଗଞ୍ଜାମ ଜିଲ୍ଲାରେ ଥିବା ପୈତୃକ ଘର , ବ୍ରହ୍ମପୁର ଓ ଭଂଜନଗର ସମେତ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |