ଲ୍ୟାଣ୍ଡମାଇନ ବିସ୍ପୋରଣରେ ୨ ଯବାନ ଆହତ

ଭୁବନେଶ୍ୱର,୧୫ା୨:ଲ୍ୟାଣ୍ଡମାଇନ ବିସ୍ପୋରଣରେ ଯବାନ ଆହତ। ବୌଦ୍ଧରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି।ବୌଦ୍ଧ ଜିଲା ନଳୀକୁମ୍ପା ଜଙ୍ଗଲରେ ଗୁରୁବାର ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ବିଛାଇଥିଲେ। ଏସ୍‌ଓଜି ଯବାନମାନେ ସର୍ଚ୍ଚ ଅପରେଶନରେ ଯାଇଥିବା ବେଳେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ ହୋଇଥିଲା।  ଯବାନମାନେ ସର୍ଚ୍ଚ ଅପରେସନରେ ଯାଇଥିବା ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଛି। ବିସ୍ଫୋରଣରେ ୨ଜଣ SOG ଯବାନ ଗୁରୁତର ଆହତ ହୋଇଥିବା ସୂଚନା ରହିଛି। ଘଟଣା ଘଟିଛି ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଅନ୍ତର୍ଗତ ନଳୀକୁମ୍ପା ଜଙ୍ଗଲରେ।ଆଜି ସକାଳେ ଯବାନ ମାନେ ନଳୀକୁମ୍ପା ଜଙ୍ଗଲରେ ସର୍ଚ୍ଚ ଅପରେସନ କରୁଥିଲେ। ନକ୍ସଲମାନେ ଯବାନଙ୍କ ଗାଡ଼ିକୁ ଓଡ଼ାଇ ଦେବାକୁ ଲ୍ୟାଣ୍ଡମାଇନ ଖଞ୍ଜି ରଖିଥିଲେ। ଯବାନ ସେହି ରାସ୍ତାଦେଇ ଯିବା ବେଳେ ବିସ୍ଫୋରଣ ହୋଇଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!