ଭୁବନେଶ୍ୱର,୧୫ା୨ :‘ଆମ ବସଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲ୍ଲାରେ ୨୦ଟି ନୂଆ ବସଷ୍ଟାଣ୍ଡକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ‘ଆମ ବସ୍ଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲାରେ ୨୦ଟି ନବନିର୍ମିତ ବସ୍ଷ୍ଟାଣ୍ଡ ଉଦ୍ଘାଟନ କରିଛନ୍ତି। ଏସମସ୍ତ ବସଷ୍ଟାଣ୍ଡ ଦ୍ବାରା କୋଟିଏରୁ ଅଧିକ ଲୋକ ଉପକୃତ ହେବେ ।ଏଥିରେ ଯାତ୍ରୀ, ଡ୍ରାଇଭର ତଥା ସମସ୍ତ ସହକାରୀ କର୍ମଚାରୀ ମାନଙ୍କ ପାଇଁ ସସସ୍ତ ପ୍ରକାର ସୁବିଧା ରହିଛି। ଲୋକଙ୍କୁ ଉନ୍ନତମାନର ପରିବହନ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ‘ଆମ ବସଷ୍ଟାଣ୍ଡ’ ଯୋଜନା ମାଧ୍ୟମରେ ଅତ୍ୟାଧୁନିକ ବସଷ୍ଟାଣ୍ଡ ନିର୍ମାଣ କରୁଛନ୍ତି। ପୂର୍ବରୁ ଗତ ଅଗଷ୍ଟ ମାସରେ ୨୧ଟି ନୂଆ ବସଷ୍ଟାଣ୍ଡର ଲୋକାର୍ପଣ କରାଯାଇଥିଲା। ଅନୁଗୋଳ, ବାଲେଶ୍ୱର, ବୌଦ୍ଧ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡ଼ା, କେନ୍ଦୁଝର, କୋରାପୁଟ, ନୟାଗଡ଼, ନୂଆପଡ଼ା, ରାୟଗଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାରେ ମୁଖ୍ୟମନ୍ତ୍ରୀ ଭର୍ଚୁଆଲରେ ବସ୍ଷ୍ଟାଣ୍ଡର ଲୋକାର୍ପଣ କରିଛନ୍ତି।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୋଗାଯୋଗ ହେଉଛି ବିକାଶର ଆଧାର। ଏହା ହେଉଛି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି। ଗାଁଠୁ ସହର ସବୁଆଡ଼େ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ଼ କରିବା ଆମର ଲକ୍ଷ୍ୟ ରହିଛି। ୫-ଟି ଉପକ୍ରମରେ ଆମର ଯୋଗାଯୋଗ ଭିତ୍ତିଭୂମି ଓ ସାଧାରଣ ପରିବହନର ବ୍ୟବସ୍ଥାର ବିକାଶ କରାଯାଉଛି। ଗାଁକୁ ଲକ୍ଷ୍ମୀ ଯୋଜନାରେ ବ୍ଲକ ସହ ଯୋଡ଼ାଯାଉଛି। ଭୁବନେଶ୍ୱରରେ ମେଟ୍ରୋ ରେଳ ଯୋଜନା ଆରମ୍ଭ ହୋଇଛି। ଯୋଗାଯୋଗରେ ଉନ୍ନତି ହେଲେ ଲୋକଙ୍କ ରୋଜଗାର ବଢ଼ିବା ସହ ଚାଷୀ ଭଉଣୀଭାଇମାନେ ଲାଭବାନ ହେବେ ଓ ପିଲାଙ୍କ ପାଠପଢ଼ାରେ ସୁବିଧା ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |