ଭୁବନେଶ୍ୱର,୧୫ା୨: ରାଜ୍ୟସଭା ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ଅଶ୍ୱିନୀ ବୈଷ୍ଣବ। ଗୁରୁବାର ରିଟର୍ଣ୍ଣିଂ ଅଫିସର ଅବନିକାନ୍ତ ପଟ୍ଟନାୟକଙ୍କ ନିକଟରେ ସେ ନିଜର ୨ ସେଟ୍ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଓଡ଼ିଶାରୁ ତୃତୀୟ ପ୍ରାର୍ଥୀ ଭାବେ ୧୦ ଜଣ ପ୍ରସ୍ତାବକଙ୍କ ଉପସ୍ଥିତିରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସହ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଧାୟକ ମୋହନ ମାଝି, ବିଧାୟକ ନାଉରୀ ନାୟକ, ବିଧାୟିକା କୁସୁମ ଟେଟେ ପ୍ରମୁଖ ଉପସ୍ଥିତ ଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |