ଭୁବନେଶ୍ୱର,୧୬।୨:ଆଜି ରାଜ୍ୟ କ୍ୟାବିନେଟ୍ |ଆଜି ସନ୍ଧ୍ୟା ସାଢ଼େ ୬ଟାରେ ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ନଗର ଉନ୍ନୟ, ବାଣିଜ୍ୟ ଓ ପରିବହନ ସମେତ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଂଜୁରୀ ମିଳିବାର ଆଶା କରାଯାଉଛି । ଆଗକୁ ସାଧାରଣ ନିର୍ବାଚନ ଥିବାରୁ ଏହା ପୂର୍ବରୁ ରାଜ୍ୟର ସବୁ ବର୍ଗଙ୍କ ବିକାଶକୁ ଦୃଷ୍ଟିରେ ରଖି କେତେକ ଗୁରୁତ୍ୱପୂର୍ଣ୍ଣ ଯୋଜନା ସଂପର୍କରେ ନିଷ୍ପତ୍ତି ନିଆଯିବାର ପ୍ରସ୍ତାବ ରହିଛି ବୋଲି ଜଣାପଡ଼ିଛି ।ନିକଟରେ ବସିଥିବା ବୈଠକରେ ୧୪ଟି ବିଭାଗର ୨୭ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିଛି। ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କ ପାଇଁ ବଡ ଘୋଷଣା କରାଯାଇଛି। ଖାଦ୍ୟ ସୁରକ୍ଷା ଯୋଜନାରେ ପ୍ରତି ପରିବାରକୁ ମିଳିବ ୧ ହଜାର ଟଙ୍କା । ପରିବାର ପିଛା ୧ ହଜାର ଟଙ୍କା ଓ ୨ଟି ଝୋଟ ବ୍ୟାଗ୍ ମିଳିବ । ଅତ୍ୟାବଶ୍ୟକ ସାମଗ୍ରୀ କ୍ରୟ କରିବାକୁ ମିଳିବ ଏହି ଟଙ୍କା ଓ ବ୍ୟାଗ୍ । ରାଜ୍ୟର ୯୫ ଲକ୍ଷ ୯୦ ହଜାର ହିତାଧିକାରୀ ଉପକୃତ ହେବେ । ଯୋଜନାରେ ରାଜ୍ୟ ସରକାର ୯୫୯.୫ କୋଟି ଖର୍ଚ୍ଚ କରିବେ।ଯୁବବର୍ଗଙ୍କ ଲାଗି ସ୍ବୟଂ ଯୋଜନାକୁ କ୍ୟାବିନେଟ ମଞ୍ଜୁରି ମିଳିଛି। ଗ୍ରାମୀଣ ଛାତ୍ର ଓ ଯୁବକଙ୍କ ଲାଗି ସୁଧ ମୁକ୍ତ ବ୍ୟାଙ୍କ ଋଣ ପ୍ରଦାନ କରାଯିବ। ୧ ଲକ୍ଷ ଟଙ୍କା ସୁଧମୁକ୍ତ ଋଣ ମିଳିବ । ୧୮ରୁ ୩୫ ବର୍ଷ ବୟସ ସୀମା ରହିଛି। ଋଣ ଶୁଝିବା ଅବଧି ୪ ବର୍ଷ ରହିବ। ଏଥିପାଇଁ ୪୪୮ କୋଟି ଟଙ୍କା ବ୍ୟୟବରାଦ ରହିଛି। ସହରାଞ୍ଚଳ ଯୁବକଯୁବତୀ ଲାଗି ଯୁବ ଉଦ୍ୟମ ସହରୀ ଯୋଜନା । ରାଜ୍ୟର ସହରାଞ୍ଚଳ ଯୁବକଯୁବତୀଙ୍କ ସୁଧମୁକ୍ତ ଋଣ ପ୍ରଦାନ କରାଯିବ । ଏସ୍ସି/ଏସ୍ଟି ଓ ଦିବ୍ୟାଙ୍ଗଙ୍କ କ୍ଷେତ୍ରରେ ସର୍ବାଧିକ ବୟସ ସୀମା ୪୦ ବର୍ଷ ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |