ଭୁବନେଶ୍ବର,୧୭ା୨:ଆଜିଠୁ ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ।ଚଳିତ ବର୍ଷ କଳାରେ ମୋଟ୍ ୨ ଲକ୍ଷ ୩୭ ହଜାର ୭୫୦ , ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି। ସେହିଭଳି ଧନ୍ଦାମୂଳକରେ ୫ ହଜାର ୭୯୨ ଜଣ ପରୀକ୍ଷା ଦେଉଛନ୍ତି।ସୋଶାଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନପତ୍ରକୁ ବିଶ୍ୱାସ ନକରିବାକୁ ପରାମର୍ଶ ଦେଇଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ। ଆସନ୍ତା ମାର୍ଚ୍ଚ ୨୦ ଯାଏଁ ପରୀକ୍ଷା ଚାଲିବ।ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ଗୁରୁତ୍ୱ ଦିଆଯାଇଛି ଏବଂ ମାଧ୍ୟମିକ ଶିକ୍ଷା ପରିଷଦରେ ଏହାର ଲାଇଭ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା ହୋଇଛି । ପରୀକ୍ଷା ଲାଗି ଭିନ୍ନକ୍ଷମମାନଙ୍କୁ ଅଧିକ ଘଣ୍ଟାଏ ସମୟ ମିଳିବ । ସେହିପରି କପି ରୋକିବା ପାଇ ତ୍ରିସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା ସହ ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭିର ବ୍ୟବସ୍ଥା କରାଯାଇଛି । ଗତକାଲି ଅର୍ଥାତ୍ ଫେବ୍ରୁଆରୀ ୧୬ରୁ ପରୀକ୍ଷା ଆରମ୍ଭ ହୋଇଥିବାବେଳେ ମାର୍ଚ୍ଚ ୨୦ ଯାଏଁ ଚାଲିବ । ଏନେଇ ପୂର୍ବରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଥିଲା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |