ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର

ପୁରୀ,୧୮।୨: ପୁରୀ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ ଦିଆଯାଇଛି। ଏ ନେଇ ଏପ୍ରିଲ ୨୧ ତାରିଖରେ ଟେଣ୍ଡର ଖୋଲାଯିବ।ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ କରାଯାଇଛି। । ୨୨ ଶହ ୩ କୋଟି ଟଙ୍କାର ଟେଣ୍ଡର ଆହ୍ୱାନ କରାଯାଇଛି । ଚଳିତ ମାସ ୨୧ ତାରିଖରୁ ଅନଲାଇନ ମାଧ୍ୟମରେ ଟେଣ୍ଡର ପକାଯିବ । ଏପ୍ରିଲ  ୨୧  ତାରିଖରେ ଖୋଲାଯିବ ଟେଣ୍ଡର । ଇଡକୋ ପକ୍ଷରୁ ଟେଣ୍ଡର ଆହ୍ୱାନ କରାଯାଇଛି। ୩ ବର୍ଷ  ମଧ୍ଯରେ ପିପିପି ମୋଡରେ  ପୁରୀ ଅନ୍ତର୍ଜାତୀୟ ଗ୍ରୀନ ଫିଲଡ ଶ୍ରୀଜଗନ୍ନାଥ ବିମାନବନ୍ଦର କାର୍ଯ୍ୟ ଶେଷ କରାଯିବ।ଏହାପରେ ଆକାଶପଥରେ ଯୋଡ଼ିହେବ ଶ୍ରୀକ୍ଷେତ୍ର । ପର୍ଯ୍ୟଟନ କ୍ଷେତ୍ରରେ ମିଳିବ ଅଦ୍ଭୁତପୂର୍ବ ସଫଳତା । ଏୟାରପୋର୍ଟ ନିର୍ମାଣକୁ ନେଇ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଓ ପଦକ୍ଷେପକୁ ସାଧାରଣରେ ସ୍ୱାଗତ କରାଯାଇଛି । ୧ ହଜାର ୧୬୪ ଏକର ପରିମିତ ଅଞ୍ଚଳରେ ନିର୍ମାଣ ହେବ ଶ୍ରୀଜଗନ୍ନାଥ ଆନ୍ତର୍ଜାତୀୟ ବିମାନ ବନ୍ଦର । ବିମାନ ଚଳାଚଳ ବିଭାଗର ସ୍ୱତନ୍ତ୍ର ଦଳ ପ୍ରସ୍ତାବିତ ସ୍ଥାନ ପରିଦର୍ଶନ କରିସାରିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!