ଭୁବନେଶ୍ୱର,୨୧ା୨: ପଦ୍ମ ଧରିଲେ ପ୍ରଦୀପ ପାଣିଗ୍ରାହୀ। ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ ଆଜି ବିଜେପିରେ ମିଶିଛନ୍ତି। ଗଂଜାମ ଜିଲ୍ଲା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଆଜି ବିଜେପିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଆସି ସେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି। ବିଜେପିରେ ସାମିଲ ହେବା ପରେ ଓଡ଼ିଶାରେ ବିଜେପି ସରକାର ପାଇଁ ଆହ୍ୱାନ ଦେଇଛନ୍ତି ପ୍ରଦୀପ।ବିଜେପିରେ ଯୋଗଦେବା ପରେ ପ୍ରଦୀପ ପାଣିଗ୍ରାହୀ କହିଛନ୍ତି, ବର୍ତ୍ତମାନ ସମୟ ପରିବର୍ତ୍ତନର ସମୟ, ସଜାଗର ସମୟ ଏବଂ ସୁଦୃଢ଼ ଓଡ଼ିଶା, ସୁଦୃଢ଼ ଭାରତ ଗଠନର ସମୟ।ପରିବର୍ତ୍ତନର ସମୟ ଆସିଛି। ଅନ୍ଧ ମୂକ ବଧିର, ଗର୍ବୀ, ଅହଙ୍କାରୀ ସରକାର ହଟାଇବା। ଏକଛତ୍ରବାଦୀ ସରକାର ହଟାଇ, ଲୋକତନ୍ତ୍ର ସରକାର ଆଣିବା। ନବୀନଙ୍କୁ ହଟାଇବା, ଓଡ଼ିଆଙ୍କୁ ଗୁରୁତ୍ୱ ଦେବା। ବିଜେପିକୁ ଥରଟିଏ ସୁଯୋଗ ଦିଅନ୍ତୁ, ନୂଆ ସରକାର ଆଣନ୍ତୁ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |