ଢେଙ୍କାନାଳ,,୨୧ା୨: ଆସନ୍ତାକାଲି ଠାରୁ ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା ଆରମ୍ଭ ହେବ। ଏଥିପାଇଁ ସଜେଇ ହୋଇଛି ଢେଙ୍କାନାଳ ଜିଲାର ଯୋରନ୍ଦା ମହିମାଗାଦି ପୀଠ। ଚଳିତ ଥର ଧୁମଧାମରେ ହେବ ଯୋରନ୍ଦା ଯାତ୍ରା । ୩ ଦିନ ଧରି ଅଲେଖ ମହିମା ଧ୍ବନିରେ ପ୍ରକମ୍ପିତ ହେବ ଶୂନ୍ୟ ମନ୍ଦିର । ଯାହାକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ମାଘ ମେଳାକୁ ନେଇ ଚଳଚଞ୍ଚଳ ଢେଙ୍କାନାଳର ବିଶ୍ଵ ପ୍ରସିଦ୍ଧ ଯୋରନ୍ଦା ମହିମା ପୀଠ ।ଏହି ମେଳାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ମହିମା ଭକ୍ତ ଓ ସାଧୁସନ୍ଥଙ୍କର ଆଗମନ ଆରମ୍ଭ ହୋଇଯାଇଛି। ଆସନ୍ତା ୨୨ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ଅଲେଖ ମହିମା ଧ୍ବନିରେ ପ୍ରକମ୍ପିତ ହେବ ଶୂନ୍ୟ ମଦିର । ଯାହାକୁ ନେଇ ଦେଶର ବିଭିନ୍ନ ପ୍ରାନ୍ତରୁ ଉଭୟ ସାଧୁ ଓ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଲାଣି । ଏନେଇ ପ୍ରସ୍ତୁତି ମଧ୍ୟ ଚୂଡାନ୍ତ ପର୍ଯ୍ୟାୟରେ ପହଁଚିଛି । ପ୍ରତି ବର୍ଷ ମାଘ ଚତୁର୍ଦ୍ଦଶୀ ଦିନ ଠାରୁ ଯୋରନ୍ଦା ମାଘ ମେଳା ଆରମ୍ଭ ହୋଇଥାଏ । ଆରମ୍ଭ ଦିନ ଠାରୁ ତିନି ଦିନ ଧରି ସାଧୁମାନେ ଅଲେଖ ମହିମା ସ୍ଵାମୀଙ୍କ ନିକଟରେ ଘୃତାହୃତ କରିବା ସହ ଝାଡ଼ ପ୍ରଜ୍ବଳନ କରିଥାନ୍ତି |ଏନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିବା ବେଳେ ଟ୍ରାଫିକ ନିୟନ୍ତ୍ରଣ, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ସୁରକ୍ଷା ପାଇଁ ପୁଲିସ ଫୋର୍ସ ମୁତୟନ ହୋଇଥିବା ଜିଲାପାଳ ସୂଚନା ଦେଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |