ରାଜ୍ୟର ସବୁ ଜିଲ୍ଲାରେ ପହଞ୍ଚିଲା ଲକ୍ଷ୍ମୀ ବସ୍‌

ଭୁବନେଶ୍ୱର,୨୧ା୨ :ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡା ଓ ବୌଦ୍ଧ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଲକ୍ଷ୍ମୀ ବସ୍‌ ରାଜ୍ୟର ସବୁ ଗାଁରେ ସାମାଜିକ ଓ ସାଂସ୍କୃତିକ କାର୍ୟ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ବ୍ୟାପକ ଅର୍ଥନୈତିକ ଅଭିବୃଦ୍ଧି ଆଣିବ । ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡ଼ା ଓ ବୌଦ୍ଧ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ବସ୍‌ ରାଜ୍ୟର ସବୁ ଗାଁରେ ସାମାଜିକ ଓ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧିକ କ୍ରିୟାଶୀଳ କରିବା ସହିତ ବ୍ୟାପକ ଅର୍ଥନୈତିକ ଅଭିବୃଦ୍ଧି ଆଣିବ । ଗାଁ ଲୋକମାନେ ଲକ୍ଷ୍ମୀ ବସ୍‌ ଜରିଆରେ ସୁବିଧାରେ ଏବଂ କମ୍‌ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ। ଲକ୍ଷ୍ମୀ ବସ୍‌ ଆମର ଜୀବନ ଯାତ୍ରାକୁ ସହଜ କରିବ।ଆଜି ୫ଟି ଜିଲା ୧୦୫୭ଟି ପଞ୍ଚାୟତରେ ୨୫୫ଟି ବସ୍‌ ଚାଲିଛି। ଏହା ଦ୍ୱାରା ୭୧ ଲକ୍ଷରୁ ଅଧିକ ଲୋକ ଉପକୃତ ହୋଇଛନ୍ତି। ବାଲେଶ୍ୱର ଜିଲାର ୩୧୫ଟି ପଞ୍ଚାୟତରେ ୪୮ଟି ବସ୍‌ ଗଡ଼ିଥିବା ବେଳେ ୨୦ଲକ୍ଷ ୪୨ ହଜାର ଲୋକ ଉପକୃତ ହୋଇଛନ୍ତି। ନୂଆପଡ଼ାର ୧୨୩ଟି ପଞ୍ଚାୟତରେ ୨୫ଟି ବସ ଚାଲିଛି ଓ ୫ ଲକ୍ଷ ୭୪ ହଜାର ଲୋକ ଉପକୃତ ହୋଇଛନ୍ତି। ବୌଦ୍ଧର ୫୫ଟି ପଞ୍ଚାୟତରେ ୧୦ଟି ବସ୍‌ ଚାଲିଛି ଏବଂ ୩ ଲକ୍ଷ ୫୩ ହଜାର ଲୋକ ଉପକୃତ ହୋଇଛନ୍ତି। ଗଞ୍ଜାମର ୪୩୩ଟି ପଞ୍ଚାୟତରେ ୧୩୦ଟି ବସ୍‌ ଚାଲିଛି ଏବଂ ୩୪ ଲକ୍ଷ ୪୭ ହଜାର ଲୋକ ଉପକୃତ ହୋଇଛନ୍ତି। ସେହିପରି ଜଗତସିଂହପୁରର ୧୩୧ଟି ପଞ୍ଚାୟତରେ ୪୨ଟି ବସ୍‌ ଚାଲିବା ସହିତ ୭ ଲକ୍ଷ ୫୦ ହଜାର ଲୋକ ଉପକୃତ ହୋଇଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!