ଆଜି ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

ଭୁବନେଶ୍ୱର,୨୨।୨: ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଦିନିକିଆ ଗସ୍ତରେ ଆସି ରାଜନାଥ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ।ରାଜନାଥଙ୍କର ଆଜି ନବରଙ୍ଗପୁର, ବ୍ରହ୍ମପୁର ଓ ବାରିପଦାରେ କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୧ଟାରେ ନବରଙ୍ଗପୁରରେ କୋର୍ କମିଟି ବୈଠକରେ ସାମିଲ୍ ହେବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ। ଏହାପରେ ମଧ୍ୟାହ୍ନ ୧୨ଟା ୩୦ ମିନିଟରେ ବ୍ରହ୍ମପୁର ଆମ୍ବପୁଆସ୍ଥିତ ବିବେକ ବିହାରରେ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ। ଏହାପରେ ଯିବେ ବାରିପଦା।ସେହିପରି ମୟୁରଭଞ୍ଜରେ ବିଜେପି କୋର୍ କମିଟି ବୈଠକରେ ଯୋଗ ଦେବେ ପ୍ରତିରକ୍ଷା ମନ୍ତ୍ରୀ । ଏହାପରେ ସେ ଜଗଦଲପୁର ବିମାନବନ୍ଦରକୁ ଯାଇ ଅନ୍ୟ ଏକ ହେଲିକପ୍ଟର ଯୋଗେ ବ୍ରହ୍ମପୁର ଅଭିମୁଖେ ଯାତ୍ରା କରିବେ । ଅପରାହ୍ନ ୧ଟା ୩୦ରେ ବ୍ରହ୍ମପୁର ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପରେ ପହଞ୍ଚି ଅପରାହ୍ନ ୧ଟା ୪୫ରୁ ୨ଟା ୪୫ ମଧ୍ୟରେ କାର୍ଯ୍ୟନିର୍ବାହୀ ସଦସ୍ୟ ବୈଠକରେ ଉଦବୋଧନ ଦେବେ । ଏହାପରେ ଅପରାହ୍ନ ୩ଟାରେ ହେଲିକପ୍ଟର ଯୋଗେ ମୟୂରଭଞ୍ଜ ଅଭିମୁଖେ ବାହାରି ଅମର୍ଦ୍ଦା ଏୟାର ଷ୍ଟ୍ରିପରେ ଅବତରଣ କରିବେ । ଅପରାହ୍ନ ୪ଟାରୁ ୫ଟା ପର୍ଯ୍ୟନ୍ତ ସେ କାର୍ଯ୍ୟକାରିଣୀ ସଦସ୍ୟ ବୈଠକରେ ଯୋଗଦେବେ ।  ଏହାପରେ ସେ ସନ୍ଧ୍ୟା ସାଢ଼େ ୫ଟାରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ । ଏହି ସମୟରେ ଦଳୀୟ ନେତାଙ୍କ ସହ ଆଲୋଚନା କରିବେ । ବିଧାନସଭା ଆସନରେ ଦଳ କିଭଳି ଭଲ ପ୍ରଦର୍ଶନ କରିବ ଏବଂ କେନ୍ଦ୍ର ସରକାରଙ୍କ ଯୋଜନା ବାବଦରେ ଲୋକଙ୍କ ପାଖରେ ବାର୍ତ୍ତା ପହଞ୍ଚିବ ସେ ନେଇ ରାଜନାଥ ସିଂହ ଦେବେ ଗୁରୁମନ୍ତ୍ର ।ତେବେ କେନ୍ଦ୍ର ମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଏହା ସହ କାର୍ଯ୍ୟକ୍ରମର ସୁସଞ୍ଚାଳନ ପାଇଁ ବିଜେପି ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।ବାରିପଦାରେ ଅପରାହ୍ନ ୪ଟାରେ ସାଧାରଣ ସଭାରେ ଉଦବୋଧନ ଦେବେ । ବାରିପଦାରେ ବିଜୟ ସଂକଳ୍ପ ସମାବେଶ ରହିଛି। କେନ୍ଦ୍ର ସରକାରଙ୍କ ଜନ ହିତକର କାର୍ଯ୍ୟ ଓ ସଫଳତାର ବାର୍ତ୍ତା କିପରି ସାଧାରଣ ଲୋକଙ୍କ ପାଖେ ପହଞ୍ଚିବ ଦଳୀୟ କର୍ମୀ ଓ କାର୍ଯ୍ୟକର୍ତ୍ତାଙ୍କୁ ସେ ମନ୍ତ୍ର ଦେବେ ରାଜନାଥ ସିଂ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!