ଆଜି କ୍ୟାବିନେଟ

ଭୁବନେଶ୍ୱର,୨୨।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଗୁରୁବାର ସନ୍ଧ୍ୟା ୬ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ପଞ୍ଚାୟତିରାଜ, ସ୍ବାସ୍ଥ୍ୟ, ଉଚ୍ଚଶିକ୍ଷା, ନଗର ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ମିଶନ ଶକ୍ତି, ଶିଳ୍ପ , ସାଧାରଣ ପ୍ରଶାସନ ଆଦି ବିଭାଗର ପ୍ରାୟ ୧୬ଟି ପ୍ରସ୍ତାବ ଉପରେ ମୋହର ଲାଗିବା ସମ୍ଭାବନା ରହିଛି। ତେବେ କ୍ୟାବିନେଟକୁ ଆସିବାକୁ ଥିବା ଏଜେଣ୍ଡାଗୁଡ଼ିକୁ ସମ୍ପୂର୍ଣ୍ଣ ଗୁପ୍ତ ରଖାଯାଇଛି। ଆଗକୁ ନିର୍ବାଚନ ଥିବାରୁ ରାଜ୍ୟ ସରକାର କିଛି ନୂଆ ଯୋଜନା ଘୋଷଣା କରିବା ସମ୍ଭାବନା ରହିଛି। ଏଥିସହିତ ବିଭିନ୍ନ ବିଭାଗର ସରକାରୀ କର୍ମଚାରୀଙ୍କ ପାଇଁ କ୍ୟାଡର ପୁନର୍ଗଠନ ଉପରେ ମଧ୍ୟ ନିଷ୍ପତ୍ତି ହୋଇପାରେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!