ପୁରୀ,୨୪।୨: ଆଜି ପବିତ୍ର ମାଘ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବେଶରେ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ। ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ। ଶ୍ରୀକ୍ଷେତ୍ରରେ ରତ୍ନସିଂହାସନରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତି ଗଜଉଦ୍ଧାରଣ ବେଶରେ ବିଭୂଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେବେ।ମଧାହ୍ନ ଧୂପ ପରେ ମଇଲମ ହେବାପରେ ସିଂହାରୀ ସେବକଙ୍କ ଦ୍ୱାରା ଗଜ ଉଦ୍ଧାରଣ ବେଶ ହୋଇଥାଏ। ସନ୍ଧ୍ୟାଧୂପ ଶେଷ ପରେ ସର୍ବସାଧାରଣ ଦର୍ଶନ ବା ସାହାଣ ମେଲା ଅନୁଷ୍ଠିତ ହୁଏ ।ସାହାଣ ମେଲା ଦର୍ଶନ ପରେ ମହାସ୍ନାନ ହୋଇ ଶ୍ରୀଜୀଉମାନଙ୍କ ଅନ୍ୟାନ୍ୟ ନୀତି ହୁଏ । ଏହି ବେଶରେ ଶ୍ରୀଜଗନ୍ନାଥ ଶଙ୍ଖ, ଚକ୍ର, ଗଦା, ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ରହନ୍ତି ଏବଂ ତାଙ୍କ କୋଳରେ ଲକ୍ଷ୍ମୀ ପ୍ରତିମା ବିରାଜମାନ କରିଥାନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |