NAC ମାନ୍ୟତା ଦାବିରେ ୧୨ ଘଣ୍ଟିଆ ମନମୁଣ୍ଡା ବନ୍ଦ

ଭୁବନେଶ୍ୱର,୨୬।୨:NAC ମାନ୍ୟତା ଦାବିରେ ବୌଦ୍ଧ ଜିଲ୍ଲା ମନମୁଣ୍ଡା ବନ୍ଦ ଡାକରା ଦେଇଛି କ୍ରିୟାନୁଷ୍ଠାନ କମିଟି। ସକାଳ ୬ଟାରୁ ସନ୍ଧ୍ୟା ୬ ଯାଏଁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଫଳରେ ଦୋକାନ ବଜାର ଗାଡ଼ିଚଳାଚଳ ବନ୍ଦ ରହିଛି। ରାସ୍ତାରେ ଆନ୍ଦୋଳକାରୀମାନେ ପିକେଟିଂ କରି ବନ୍ଦ ପାଳନ କରିଛନ୍ତି।ଦୁଇ ଦିନ ତଳେ ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ ଏନଏସି ଘୋଷଣା ପରେ ମନମୁଣ୍ଡା ଏଥିରୁ ବାଦ ପଡ଼ିଥିଲା। ତେବେ ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା। ଆଜି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମନମୁଣ୍ଡା  ପାଳନ କରାଯାଇଛି। କ୍ରିୟାନୁଷ୍ଠାନ କମିଟିର ସଦସ୍ୟମାନେ ସହରର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆନ୍ଦୋଳକାରୀମାନେ ଗାଡ଼ିଚଳାଚଳକୁ ବନ୍ଦ କରିଛନ୍ତି। ଫଳରେ ମୁଖ୍ୟ ରାସ୍ତାରେ ବହୁ ସଂଖ୍ୟାରେ ଯାନାବାହନ ଅଟକି ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!