ଭୁବନେଶ୍ୱର,୨୬।୨ : ଆଜି ଲୋକସେଭା ଭବନ ଘେରାଉ କରିବ କଂଗ୍ରେସ|ଆଜି କଂଗ୍ରେସ ପକ୍ଷରୁ ଲୋକସେବା ଭବନ ଘେରାଉ କରାଯିବ । ଦୁର୍ନିତି ବିରୋଧରେ ସକାଳ ୧୧ଟାରେ ଲୋକସେବା ଭବନ ଘେରାଉ କରିବାକୁ କଂଗ୍ରେସ ଯୋଜନା କରିଛି । ଏହି କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ସାରା ରାଜ୍ୟରୁ କଂଗ୍ରେସ କର୍ମୀ ଓ ନେତାଙ୍କୁ ବିକ୍ଷେଭରେ ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି ପିସିିସି ସଭାପତି ଶରତ ପଟ୍ଟନାୟକ । କଂଗ୍ରେସର ଏହି ଘେରାଉରେ ବହୁ ବରିଷ୍ଠ ନେତାଙ୍କ ସମେତ ପ୍ରଭାରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।୨୪ ବର୍ଷର ବିଫଳ ସରକାରଙ୍କ ବିରୋଧରେ ଜୋରଦାର ପ୍ରତିବାଦ ସ୍ୱରୂପ ଏହି ଘେରାଉ କରିବ କଂଗ୍ରେସ । ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ଦୁର୍ନିତି ଅଭିଯୋଗରେ ଲୋକସେବା ଭବନ ଘେରିବ କଂଗ୍ରେସ । ରାଜ୍ୟରେ ଉତ୍କଟ ବେକାରୀ ସମସ୍ୟା ଓ ନାରୀ ନିର୍ଯାତନା ବୃଦ୍ଧି ପ୍ରସଙ୍ଗ ଉଠାଇବେ ଦଳର ତୁଙ୍ଗ ନେତା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |