ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁଙ୍କ ଇସ୍ତଫା

ଶିମଲା,୨୮।୨: ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ପଦରୁ ଇସ୍ତଫା ଦେଇପାରନ୍ତି। କଂଗ୍ରେସ ହାଇକମାଣ୍ଡଙ୍କ ପକ୍ଷରୁ ପଠାଇଥିବା ପର୍ଯ୍ୟବେକ୍ଷକଙ୍କ ସାମ୍ନାରେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ପ୍ରସ୍ତାବ ଦେଇଛନ୍ତି। ତେବେ ସେ ଏ ପର୍ଯ୍ୟନ୍ତ ରାଜ୍ୟପାଳଙ୍କ ନିକଟରେ କୌଣସି ଇସ୍ତଫା ଦାଖଲ କରିନାହାଁନ୍ତି।ଆଜି ରାଜ୍ୟ କ୍ୟାବିନେଟରୁ ଜଣେ ମନ୍ତ୍ରୀ ଇସ୍ତଫା ଦେଇଥିବା ବେଳେ ମୁଖ୍ୟମନ୍ତ୍ରୀ ପଦରୁ ସୁଖବିନ୍ଦର ସିଂହ ସୁଖୁ ମଧ୍ୟ ଇସ୍ତଫା ଦେଇଛନ୍ତି । ଆଗକୁ ଲୋକସଭା ନିର୍ବାଚନ ଆସୁଥିବା ବେଳେ ହିମାଚଳ ପ୍ରଦେଶର ରାଜନୈତିକ ସଙ୍କଟ କଂଗ୍ରେସକୁ ଏକ ବଡ଼ ଝଟକା ଦେଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!