କୃଷି ଭବନରେ ବିଲ୍‌ ଗେଟ୍‌ସ,ବସ୍ତିରେ ବୁଲିଲେ

ଭୁବନେଶ୍ୱର,୨୮।୨: ଭୁବନେଶ୍ୱରରେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟ୍ସ । ଏହି ଅବସରରେ କୃଷି ଭବନ ବୁଲି ଦେଖିଲେ ବିଲ୍‌ ଗେଟ୍‌ସ । ଏଥିସହ କୃଷି ବିଭାଗ ଅଧୀନରେ ଥିବା ବିଭିନ୍ନ ଯୋଜନାର ମଧ୍ୟ ଅନୁଧ୍ୟାନ କରିଛନ୍ତି ବିଲ୍‌ ଗେଟ୍‌ସ । ବୈଷୟିକ ପ୍ରଣାଳୀରେ ଚାଷୀଙ୍କ ଉନ୍ନତି ନେଇ ଆଲୋଚନା କରିଛନ୍ତି । ସୂଚନାଯୋଗ୍ୟଯେ, କୃଷି ବିଭାଗର ପରାମର୍ଶଦାତା ଅଛନ୍ତି ବିଲ୍‌ ଗେଟ୍‌ସ  ।ଭୁବନେଶ୍ୱର ସ୍ଥିତ ମାଆ ମଙ୍ଗଳା ବସ୍ତିରେ ପହଞ୍ଚି ଲୋକଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟ୍ସ। ଏହାସହ ବସ୍ତିରେ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି ବିଲ୍ ଗେଟ୍ସ। ଏହା ପରେ ବିଲ୍ ଗେଟ୍ସ କୃଷି ଭବନ ଗସ୍ତ କରିଛନ୍ତି।  ପରେ ସେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଗେଟ୍ସ ଫାଉଣ୍ଡେସନ ସହାୟତାରେ କୃଷି ସମୀକ୍ଷା କେନ୍ଦ୍ର କାର୍ଯ୍ୟ କରୁଛି। ଏହା ସମନ୍ୱିତ ଚାଷ ପାଇଁ ଉନ୍ନତ ଜ୍ଞାନ କୌଶଳ ବାବଦରେ ଚାଷୀଙ୍କୁ ସୂଚନା ଦେଉଛି। ୨୦୨୧ ମସିହାରେ ବିଲ ଗେଟ୍ସ ଫାଉଣ୍ଡେସନ ସହ ଓଡ଼ିଶା ସରକାରଙ୍କ ଚୁକ୍ତିନାମା ସ୍ୱାକ୍ଷର ହୋଇଥିଲା।ବିଲ୍‌ ଗେଟ୍ସ ଫାଉଣ୍ଡେସନ ସହଯୋଗରେ ଚାଲିଥିବା ସମସ୍ତ ପ୍ରକଳ୍ପ କିପରି କାର୍ଯ୍ୟକାରୀ ହେଉଛି ସେ ନେଇ ସମୀକ୍ଷା କରୁଛନ୍ତି । ଗେଟ୍ସ ଫାଉଣ୍ଡେସନ ସହାୟତାରେ କୃଷି ସମୀକ୍ଷା କେନ୍ଦ୍ର କାର୍ଯ୍ୟ କରୁଛି । ଏହା ସମନ୍ୱିତ ଚାଷ ପାଇଁ ଉନ୍ନତ ଜ୍ଞାନକୌଶଳ ବାବଦରେ ଚାଷୀଙ୍କୁ ସୂଚନା ଦେଉଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!