IAS ସ୍ତରରେ ଛୋଟ ଅଦଳବଦଳ

ଭୁବନେଶ୍ବର ,୨୮ା୨:   ଆଇଏଏସ୍ ସ୍ତରରେ ଛୋଟ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପୁରୀ ଜିଲ୍ଲାପାଳ ଥିବା ବିଜୟ କୁମାର ଦାସଙ୍କୁ କଟକ ମହାନଗର ନିଗମ(ସିଏମସି)ର କମିଶନର ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି। ଏଥି ସହିତ ସେ କଟକ ଉନ୍ନୟନ ପରିଷଦ(ସିଡିଏ)ର ଉପାଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ।ସେହିପରି ମୟୂରଭଞ୍ଜ ଜିଲ୍ଲାପାଳ ଥିବା ଆଶିଷ ଠାକରେଙ୍କୁ ବାଲେଶ୍ବର ଜିଲ୍ଲାପାଳ ଭାବେ ନିଯୁକ୍ତ କରାଯାଇଛି। ବାଲେଶ୍ବର ଜିଲ୍ଲାପାଳ ଥିବା ଦତ୍ତାତ୍ରେୟ ଭାଉସାହେବ ସିନ୍ଦେଙ୍କୁ ମୟୂରଭଞ୍ଜ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ସେହିପରି CMC କମିଶନର ଥିବା ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କୁ ପୁରୀ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!