ଆଜି ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ

ନୂଆଦିଲ୍ଲୀ,୨୯।୨: ଆଜି ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବା ସିଇସି ବୈଠକ । ୨୦୨୪ ନିର୍ବାଚନ ପାଇଁ ବୈଠକରେ ବିଜେପିର ତୁଙ୍ଗ ନେତା ବସି ବିଚାରବିମର୍ଶ କରିବା ସହ ରଣନୀତି ପ୍ରସ୍ତୁତ କରିବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ୍ ଶାହା, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୂଖ ଏଥିରେ ସାମିଲ ହେ​ବେ। ଆଜିର ବୈଠକ ପରେ ଖୁବ୍ ଶୀଘ୍ର ବିଜେପି ପ୍ରଥମ ପର୍ଯ୍ୟାୟରେ ନିଜର ୧୦୦ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି କୁହାଯାଉଛି। ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି , ଅମିତ୍ ଶାହା, ରାଜନାଥଙ୍କ ଭଳି କିଛି ହେବିୱେଟ୍ ଙ୍କ ନାଁ ଘୋଷଣା ହୋଇପାରେ । ଏଥିରେ ଓଡିଶାରୁ ଦୁଇ କିମ୍ବା ତିନିଟି ନାଁ ବି ରହିପାରେ। ଏହାଛଡା ୨୦୧୪ ଓ ୧୦୧୯ରେ ଦଳ ହାରିଥିବା ଲୋକସଭା ଆସନକୁ ନେଇ ଚର୍ଚ୍ଚା ହୋଇପାରେ ।ଆଜି ବିଜେପିର ସେଣ୍ଟ୍ରାଲ୍ ଇଲେକସନ୍ କମିଟି ବା CEC ବୈଠକ ଅନୁଷ୍ଠିତ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି,     ଗୃହମନ୍ତ୍ରୀ ଅମିତ୍ ଶାହ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୁଖ ଏଥିରେ ସାମିଲ ହେବେ । ଆଜିର ବୈଠକ ପରେ ଖୁବ୍ ଶୀଘ୍ର  ବିଜେପି ପ୍ରଥମ ପର୍ଯ୍ୟାୟରେ ନିଜର ୧୦୦ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି କୁହାଯାଉଛି। ଯେଉଁଥିରେ ପ୍ରଧାନମନ୍ତ୍ରୀ ମୋଦି, ଅମିତ୍ ଶାହ ଓ ରାଜନାଥଙ୍କ ଭଳି କିଛି ହେଭିୱେଟ୍‌ଙ୍କ ନାଁ ଘୋଷଣା ହୋଇପାରେ ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!