୧୩୩ଟି ନୂତନ ପ୍ରାଣୀ ସେବା ଯାନ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୯।୨: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ    ୧୩୩ଟି ନୂତନ ପ୍ରାଣୀ  ସେବା ଯାନ ଲୋକାର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା କାର୍ଯ୍ୟକ୍ରମ ଅଧିନରେ ଏହା କାର୍ଯ୍ୟକାରୀ ହୋଇଛି।  ଆଜି କଳିଙ୍ଗ ଷ୍ଟାଡିୟମ୍‌ଠାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଆୟୋଜିତ ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହାକୁ ଲୋକାର୍ପିତ କରିଛନ୍ତି ।କୃଷକମାନଙ୍କ ଆୟବୃଦ୍ଧି ଦିଗରେ ପ୍ରାଣୀପାଳନ ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ । ରାଜ୍ୟ ସରକାର କୃଷକମାନଙ୍କ ଆୟବୃଦ୍ଧି କରି ସେମାନଙ୍କର ଜୀବନ ଧାରଣ ମାନରେ ଉନ୍ନତି ଆଣିବା ପାଇଁ ପ୍ରତିଶ୍ରୁତିବଦ୍ଧ ଏବଂ ଏ ଦିଗରେ ନିରନ୍ତର ପ୍ରୟାସ ଜାରି ରଖିଛନ୍ତି । ପ୍ରାଣୀ ସମ୍ପଦ କ୍ଷେତ୍ରକୁ କ୍ଷୁଦ୍ର ଓ ନାମମାତ୍ର ଚାଷୀ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏବଂ ଉଦ୍ୟୋଗୀ ମାନଙ୍କର ପ୍ରଗତିର କ୍ଷେତ୍ର ଭାବରେ ଚିହ୍ନଟ କରିଛନ୍ତି । ପ୍ରାଣୀ ସମ୍ପଦର ସୁରକ୍ଷା ଓ ସେମାନଙ୍କୁ ଉପଯୁକ୍ତ ଚିକିତ୍ସା ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ଅନେକ ଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି ।ଏଥିସହିତ ପ୍ରାଣୀ ସମ୍ପଦର କଲ୍ୟାଣ ଦିଗରେ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ସ୍ୱରୂପ ମୁଖ୍ୟମନ୍ତ୍ରୀ ଭା୍ରମ୍ୟମାଣ ପ୍ରାଣୀ ଚିକିତ୍ସା ସେବାର ପ୍ରଚଳନ କରାଯାଇଛି । ଏହା ମାଧ୍ୟମରେ ପ୍ରାଣୀ ଚିକିତ୍ସା ସୁବିଧା ନଥିବା ଅଞ୍ଚଳରେ ମୋବାଇଲ ଭେଟେରିନାରୀ ୟୁନିଟ୍‌ ମାଧ୍ୟମରେ ପୀଡ଼ିତ ପ୍ରାଣୀମାନଙ୍କ ନିକଟରେ ତୁରନ୍ତ ପହଞ୍ଚାଯାଇ ପ୍ରାଣୀ ଚିକିତ୍ସା କରାଯାଇପାରୁଛି । ପୀଡ଼ିତ ପ୍ରାଣୀମାନଙ୍କୁ ଜରୁରୀ ସ୍ୱାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା ଅତ୍ୟନ୍ତ ଉପଯୋଗୀ ସାବ୍ୟସ୍ତ ହୋଇପାରୁଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!