ଭୁବନେଶ୍ୱର,୨୯।୨: ପୁରୀ ଶ୍ରୀମନ୍ଦିରର ରତ୍ନଭଣ୍ଡାର ପାଇଁ କମିଟି ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୂଲ୍ୟବାନ ବସ୍ତୁ ଓ ଅଳଙ୍କାର ତାଲିକା ପ୍ରସ୍ତୁତ କରିବା ପାଇଁ ଏହି କମିଟି ଗଠନ କରାଯାଇଛି । ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତ ଏହି କମିଟିରେ ଅଧ୍ୟକ୍ଷ ରହିଥିବା ବେଳେ ଅନ୍ୟ ୧୨ ଜଣ ସଦସ୍ୟଙ୍କୁ ସ୍ଥାନ ମିଳିଛି ।ଶ୍ରୀମନ୍ଦିର ବାହାର ରତ୍ନ ଭଣ୍ଡାର କାନ୍ଥରେ ଫାଟ। ଜଳଜଳ ହୋଇ ଫାଟ ଦେଖାଯାଉଛି । ଫାଟ ଯୋଗୁଁ ଭିତରକୁ ପାଣି ଜକାଉଥିବା ଅନୁମାନ କରାଯାଉଛି । ଏନେଇ ଏଏସ୍ ଆଇ ଲେଜର ସ୍କାନିଂ ରିପୋର୍ଟରୁ ତଥ୍ୟ ମିଳିଛି। ପୁରୀ ଶ୍ରୀମନ୍ଦିରର ରତ୍ନଭଣ୍ଡାର ପାଇଁ କମିଟି ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୂଲ୍ୟବାନ ବସ୍ତୁ ଓ ଅଳଙ୍କାର ତାଲିକା ପ୍ରସ୍ତୁତିର ତଦାରଖ କରିବା ପାଇଁ ଏହି କମିଟି ଗଠନ କରାଯାଇଛି । ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତ ଏହି କମିଟିରେ ଅଧ୍ୟକ୍ଷ ରହିଥିବା ବେଳେ ଅନ୍ୟ ୧୨ ଜଣ ସଦସ୍ୟଙ୍କୁ ସ୍ଥାନ ମିଳିଛି ।ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା ଏହି କମିଟିରେ ଉପାଧ୍ୟକ୍ଷ ରହିଛନ୍ତି । ଏଥିସହିତ ଆହ୍ଲାବାଦ ବ୍ୟାଙ୍କର ପୂର୍ବତନ ସିଏମଡି ଡ. ବିଧୁଭଷଣ ସାମଲ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଏ.କେ. ସାବତ, ପୁରୀ ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଦିବ୍ୟସିଂହ ଦେବଙ୍କ ପ୍ରତିନିଧି, ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି, ସେବକ ପ୍ରତିନିଧି ଦୁର୍ଗାପ୍ରସାଦ ଦାସ ମହାପାତ୍ର, ସେବକ ପ୍ରତିନିଧି ମାଧବ ଚନ୍ଦ୍ର ମହାପାତ୍ର, ସେବକ ପ୍ରତିନିଧି ଜଗନ୍ନାଥ କର, ଭଣ୍ଡାର ମେକାପ ସେବକ ରମେଶ ମେକାପ ଭଣ୍ଡାର, ଶ୍ରୀମନ୍ଦିରର ଉପମୁଖ୍ୟ ପ୍ରଶାସକ ତଥା ପୁରୀ ଜିଲ୍ଲାପାଳ ପ୍ରମୁଖ କମିଟିରେ ସଦସ୍ୟ ରହିଛନ୍ତି । ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ- ସଦସ୍ୟ ଆବାହକ ଭାବେ କାର୍ଯ୍ୟ କରିବେ ବୋଲି କୁହାଯାଇଛି|
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |