ଉତ୍କଳ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ସମାରୋହରେ ଯୋଗଦେଲେ ରାଷ୍ଟ୍ରପତି

ଭୁବନେଶ୍ବର,୨୯।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଉତ୍କଳ ବିଶ୍ବବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଛନ୍ତି। ବିଶ୍ବବିଦ୍ୟାଳୟ ଦୀକ୍ଷାନ୍ତ ଭବନରେ ଅନୁଷ୍ଠିତ ହେବାକୁ ଥିବା ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିବେ। ବିଶ୍ୱବିଦ୍ୟାଳୟ କୁଳାଧିପତି ତଥା ରାଜ୍ୟପାଳ ରଘୁବର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଉତ୍ସବରେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇଛନ୍ତି।ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ରାଷ୍ଟ୍ରପତିଙ୍କ ଗୋଟିଏ ଘଣ୍ଟାର କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟା ୫ଟା ୨୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ବାଣୀବିହାର ଅଭିମୁଖେ ଆସିଥିଲେ। ଉତ୍କଳ ବିଶ୍ବବିଦ୍ୟାଳୟରେ ପହଞ୍ଚିବା ପରେ ଜାତୀୟ ସଙ୍ଗୀତ ପରିବେଷଣ କରାଯାଇଥିଲା। ବିଶ୍ବବିଦ୍ୟାଳୟ କୁଳାଧିପତି ତଥା ରାଜ୍ୟପାଳ ଶ୍ରୀ ଦାସ ସମାବର୍ତ୍ତନ ଉତ୍ସବ ସମ୍ପର୍କରେ ଘୋଷଣା କରିଥିଲେ। କୁଳପତି ପ୍ରଫେସର ଆଚାର୍ଯ୍ୟ ସ୍ବାଗତ ଭାଷଣ ଦେବେ। କୁଳାଧିପତି ଶ୍ରୀ ଦାସ ୧୬୬ଜଣଙ୍କୁ ପିଏଚ୍‌ଡି/ଡିଲିଟ୍‌ ଡିଗ୍ରି ପ୍ରଦାନ କରିବେ। ରାଷ୍ଟ୍ରପତି ୩ଜଣଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‌ ସହ ୧୦ଜଣଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରିବେ। କାର୍ଯ୍ୟକ୍ରମ ଶେଷରେ ରାଷ୍ଟ୍ରପତି ଉତ୍କଳ ବିଶ୍ବବିଦ୍ୟାଳୟ କ୍ୟାମ୍ପସ ଛାଡ଼ି ରାଜଭବନ ଅଭିମୁଖେ ଯିବେ।କ୍ୟାମ୍ପସକୁ ରାଷ୍ଟ୍ରପତିଙ୍କ ପ୍ରଥମ ଗସ୍ତ ହୋଇଥିବାରୁ ବ୍ୟାପକ ବ୍ୟବସ୍ଥା ହୋଇଛି। ପ୍ରବେଶ ପଥଠାରୁ ଦୀକ୍ଷାନ୍ତ ଭବନ ପର୍ଯ୍ୟନ୍ତ ରାସ୍ତା ଓ ପ୍ରଶାସନିକ ଭବନକୁ ଆଲୋକମାଳାରେ ସୁସଜ୍ଜିତ କରାଯାଇଛି। ଦୀକ୍ଷାନ୍ତ ଭବନର କାନ୍ଥକୁ ବି ଆଲୋକୀକରଣ କରାଯାଇଛି। ପ୍ରଶାସନିକ ଭବନଠାରୁ ଦୀକ୍ଷାନ୍ତ ଭବନ ପର୍ଯ୍ୟନ୍ତ ଯିବା ପାଇଁ ସ୍ବତନ୍ତ୍ର କରିଡର ହୋଇଛି। ପାଖାପାଖି ଏକ ହଜାର ବ୍ୟକ୍ତିବିଶେଷ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। କ୍ୟାମ୍ପସରେ ଥିବା ପ୍ରେକ୍ଷାଳୟରେ ବଡ଼ ଏଲ୍‌ଇଡି ଲଗାଯାଇ ସେଥିରେ ସମାବର୍ତ୍ତନ ଉତ୍ସବର ସିଧାପ୍ରସାରଣ କରାଯିବାକୁ ଯୋଜନା ପ୍ରସ୍ତୁତ ହୋଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!