ଭୁବନେଶ୍ୱର,୨୯ା୨ : ରା ନବୀନ ପଟ୍ଟନାୟକ ଗୁରୁବାର ୫-ଟି ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ରାସ୍ତାଘାଟ, ପିଇବା ପାଣି,ସ୍ବରେଜ ସିଷ୍ଟମ ଏବଂ ଅନେକ ନାଗରିକ ସେବା ସହିତ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ଓ ବିଜୁ ଆଦର୍ଶ କଲୋନୀ ଲୋକାର୍ପଣ କରିଛନ୍ତି।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସହର ହେଉଛି ଗୋଟିଏ ରାଜ୍ୟର ବିକାଶର ଦର୍ପଣ। ସମୃଦ୍ଧ ସହର ରାଜ୍ୟର ସମୃଦ୍ଧି ବିଷୟରେ ସୂଚନା ଦେଇଥାଏ। ୫-ଟି ଉପକ୍ରମରେ ହେଉଥିବା ଏହି ସବୁ ବିକାଶ କାର୍ଯ୍ୟକ୍ରମ ଲୋକଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣିଛି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ସବୁ ପ୍ରକଳ୍ପ ଆମର ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିବାରେ ସହାୟକ ହେବ।ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ରାଜ୍ୟର ୪ଟି ସହର ଯଥା କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରକେଲାର ୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର ପ୍ରମାଣ ପତ୍ର ଦିଆଯାଇଛି। ଏଥି ସହିତ ରାଜ୍ୟର ୨୬ଟି ସହରରେ ୬୨୬ଟି ବିଜୁ ଆଦର୍ଶ କଲୋନୀ ଲୋକାର୍ପିତ ହୋଇଛି। ଏହା ଦ୍ୱାରା ୨ ଲକ୍ଷ ପରିବାର ଉପକୃତ ହେବେ। ଏଥି ସହିତ ୨୬ଟି ସହର ବସ୍ତିମୁକ୍ତ ହେଲା। ସହରର ଅନ୍ୟମାନଙ୍କ ପରି ସେମାନେ ମଧ୍ୟ ସବୁ ମୌଳିକ ସୁବିଧା ସୁଯୋଗ ପାଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |