ଲ’ ଅଫିସରଙ୍କ ଦରମା ବୃଦ୍ଧି

ଭୁବନେଶ୍ୱର,୧ା୩ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲ’ ଅଫିସରଙ୍କ ଦରମା ବୃଦ୍ଧି କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ନନ୍‌ କ୍ୟାଡର ଲ’ ଅଫିସରମାନଙ୍କର ଦୈନିକ ଓ ରିଟେନର ଫି’ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ ଲ’ ଅଫିସର ଉପକୃତ ହେବେ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲ’ ଅଫିସରଙ୍କ ଦରମା ବୃଦ୍ଧି କରିଛନ୍ତି। ଏହି ବର୍ଦ୍ଧିତ ଫି’ ଅନୁଯାୟୀ,  କାର୍ଯ୍ୟରତ ୧୮୪ ଜଣ ଅତିରିକ୍ତ ପବ୍ଲିକ୍‌ ପ୍ରସିକ୍ୟୁଟରମାନେ ଦୈନିକ ଫି’ ବାବଦରେ ୧,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୮୭୫ ଟଙ୍କା ପାଇବେ। ସେହିଭଳି ରିଟେନର ପୂର୍ବରୁ ୮,୨୦୦ ଟଙ୍କା ପାଉଥିବା ବେଳେ, ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। କାର୍ଯ୍ୟରତ ୭୪୦ ଜଣ ଆସିଷ୍ଟାଣ୍ଟ ପବ୍ଲିକ ପ୍ରସିକ୍ୟୁଟରମାନେ ପୂର୍ବରୁ ଦୈନିକ ଫି’ ବାବଦରେ ୧,୧୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୬୫୦ ପାଇବେ। ରିଟେନର ଫି’ ବାବଦରେ ପୂର୍ବରୁ ୪,୦୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୬,୦୦୦ ଟଙ୍କା ପାଇବେ। ୮୫ ଜଣ ସ୍ପେଶାଲ ପବ୍ଲିକ ପ୍ରସିକ୍ୟୁଟର ପୂର୍ବରୁ ଦୈନିକ ୧,୨୫୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧,୮୭୫ ଟଙ୍କା ପାଇବେ। ରିଟେନର ଫି’ ବାବଦରେ ପୂର୍ବରୁ ୮,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ଟଙ୍କା ପାଇବେ। ସେହିପରି କାର୍ଯ୍ୟରତ ୨୯ ଜଣ ସରକାରୀ ପ୍ଲିଡର ଏବଂ ୧୧୩ ଜଣ ସହକାରୀ ସରକାରୀ ପ୍ଲିଡରଙ୍କ ପୂର୍ବରୁ ରିଟେନର ଫି’ ବାବଦରେ ୮,୨୦୦ ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧୨,୩୦୦ ପାଇବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!