ଢାକା ,୧ା୩: ବାଂଲାଦେଶର ରାଜଧାନୀ ଢାକାରେ ଭୟା ବହ ଅଗ୍ନିକାଣ୍ଡ । ଗୋଟିଏ ୭ ମହଲା ବିଲଡିଂରେ ନିଆଁ ଲାଗି ଅତିକମରେ ୪୩ ଜଣଙ୍କର ମୃତ୍ୟୁ ଘଟିଛି । ଏଥିସହିତ ୪୦ ଜଣ ଆହତ ହୋଇଥିବା କୁହାଯାଉଛି । ସମସ୍ତ ଆହତଙ୍କୁ ଚିକିତ୍ସା ନିମନ୍ତେ ଢାକା ମେଡିକାଲ କଲେଜ ହସ୍ପିଟାଲ ଓ ଅନ୍ୟ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଗୁରୁତର ଅଘଟଣ ବିଷୟରେ ଖବର ପାଇବା ପରେ ବାଂଲାଦେଶ ସ୍ୱାସ୍ଥ୍ୟମନ୍ତ୍ରୀ ସାମନ୍ତ ଲାଲ ସେନ ହସ୍ପିଟାଲକୁ ଯାଇ ଆହତଙ୍କ ଅବସ୍ଥା ପଚାରି ବୁଝିଥିଲେ ।ଏକ ୭ ମହଲା କୋଠାରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି । ଯେଉଁଥିରେ ୪୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ, ଅନେକ ଲୋକ ଆହତ ହୋଇଛନ୍ତି । ଦୀର୍ଘ ସମୟ ପରେ ନିଆଁକୁ ଆୟତ୍ତ କରିଛି ଅଗ୍ନିଶମ ବାହିନୀ ।ବାଂଲାଦେଶ ସ୍ୱାସ୍ଥ୍ୟମନ୍ତ୍ରୀ ସାମନ୍ତ ଲାଲ ସେନ ଢାକା ମେଡିକାଲ କଲେଜ ହସ୍ପିଟାଲ ଏବଂ ନିକଟସ୍ଥ ବର୍ନ ହସ୍ପିଟାଲ ପରିଦର୍ଶନ କରିବା ପରେ କହିଛନ୍ତି ଯେ, ଅଗ୍ନିକାଣ୍ଡରେ ବର୍ତ୍ତମାନ ପର୍ଯ୍ୟନ୍ତ ୪୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ପ୍ରାୟ ୪୦ ଜଣ ଆହତଙ୍କୁ ସହରର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ଏବଂ ଚିକିତ୍ସା ଜାରି ରହିଛି । ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିପାରେ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |