୫ରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର,୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାତ୍ର ମାସକ ବ୍ୟବଧାନରେ ପୁଣିଥରେ ଓଡ଼ିଶା ଗସ୍ତରେ ଆସିବେ । ଆସନ୍ତା ମାର୍ଚ୍ଚ ୫ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ଚଣ୍ଡିଖୋଲଠାରେ ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ ଉତ୍ସବରେ ଯୋଗ ଦେବା ସହ ବିଜେପିର ଏକ ଦଳୀୟ ସଭାକୁ ସମ୍ବୋଧିତ କରିବେ ବୋଲି ଜଣାପଡ଼ିଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତ ପାଇଁ ମୁଖ୍ୟ ସଚିବ ପ୍ରଦୀପ କୁମାର ଜେନା ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ତେଲେଙ୍ଗାନାରେ ୨ ଦୁଇ ଦିନିଆ ଗସ୍ତ ଶେଷ କରି ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ ।ମୁଖ୍ୟସଚିବଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ପ୍ରଧାନମନ୍ତ୍ରୀ ମୋଦି ମାର୍ଚ୍ଚ ୫ତାରିଖ ଅପରାହ୍ନରେ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ଅବତରଣ କରିବେ । ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଯାଜପୁରର ଚଣ୍ଡିଖୋଲକୁ ଯାଇ ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ଏହାପରେ ସେଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିବେ ଓ ଭୁବନେଶ୍ୱର ଫେରି କୋଲକାତା ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି ।ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ସଫଳ କରିବା ପାଇଁ ପ୍ରଶାସନିକସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି । ମୁଖ୍ୟ ସଚିବ ଶ୍ରୀ ଜେନା ଆଜି ବରିଷ୍ଠ ପ୍ରଶାସନିକ ଓ ପୁଲିସ ଅଧିକାରୀମାନଙ୍କ ସହ ଏକ ସମୀକ୍ଷା ବୈଠକ କରିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦର, ଚଣ୍ଡିଖୋଲ ହେଲିପ୍ୟାଡ ଓ କାର୍ଯ୍ୟକ୍ରମ ସ୍ଥଳକୁ ପ୍ରଧାନମନ୍ତ୍ରୀଙ୍କୁ ପାଛୋଟି ନେବା ଓ ମେଲାଣି ଦେବାବେଳେ ସୁରକ୍ଷା ଓ ଆନୁସଙ୍ଗିକ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ହୋଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!