ସାମୟିକ କଳା ଓ କ୍ରୀଡ଼ା ପ୍ରଶିକ୍ଷକଙ୍କ ପାରିଶ୍ରମିକ ବଢ଼ିଲା

ଭୁବନେଶ୍ବର,୨।୩ : ରାଜ୍ୟର ଜନଜାତି ବହୁଳ ଜିଲ୍ଲା ମାନଙ୍କରେ ଜନଜାତି ବର୍ଗର ପିଲାମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE(EV)) ନିୟୋଜିତ କରାଯାଇଅଛି।ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ସାମୟିକ କଳା ଓ କ୍ରୀଡ଼ା ପ୍ରଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ବଢ଼ାଇ ଦେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।ସାମୟିକ କଳା ଓ କ୍ରୀଡ଼ା ପ୍ରଶିକ୍ଷକମାନେ ପାରିଶ୍ରମିକ ବାବଦକୁ ପୂର୍ବରୁ ମାସିକ ୭ ହଜାର ଟଙ୍କା ପାଉଥିବା ବେଳେ ଏଣିକି ୧୦ ହଜାର ଟଙ୍କା ପାଇବେ। ସେହିପରି ପୂର୍ବରୁ ସେମାନେ ବର୍ଷକୁ ୧୦ ମାସ ପାରିଶ୍ରମିକ ପାଉଥିବା ବେଳେ ଏବେ ପୂରା ୧୨ ମାସ ପାଇଁ ପାଇବେ। ସେମାନେ ଏଣିକି ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ। ଏହାସହିତ ଅନ୍ୟ ସରକାରୀ କର୍ମଚାରୀମାନଙ୍କ ପରି ମହିଳା କଳା ଓ କ୍ରୀଡ଼ା ପ୍ରଶିକ୍ଷକମାନେ ଆବଶ୍ୟକସ୍ଥଳେ ମାତୃତ୍ୱ ଛୁଟି ପାଇପାରିବେ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!