କଟକ,୨।୩: କଟକର ତାରକସି କାମକୁ ମିଳିଲା ଜିଆଇ ଟ୍ୟାଗ୍ । ବିଶ୍ଵପ୍ରସିଦ୍ଧ କଟକର ତାରକସି କାମକୁ ଜିଆଇ ମାନ୍ୟତା ମିଳିବା ନେଇ ଚେନ୍ନାଇ ଭିତ୍ତିକ ଜିଓଗ୍ରାଫିକାଲ ଇଣ୍ଡିକେସନ ରେଜିଷ୍ଟ୍ରିରୁ ଏହି ସୂଚନା ମିଳିଛି । ଏହାକୁ ମିଶାଇ ବର୍ତ୍ତମାନ ଓଡିଶାର ଜିଆଇ ମାନ୍ୟତା ପାଇଥିବା ସମଗ୍ରୀ ତାଲିକା ତାଲିକା ୨୬କୁ ବୃଦ୍ଧି ପାଇଛି ।କଟକ ସହରର ତାରକସି କାମ ୫ଶହ ବର୍ଷ ପୁରୁଣା ହୋଇଥିବା ବେଳେ ଏହି ଶିଳ୍ପ ଉପରେ ଶହ ଶହ ପରିବାର ନିର୍ଭରଶୀଳ। ୨୦୨୧ ମସିହା ଜୁଲାଇ ୭ତାରିଖରେ ଓଡିଶା ହସ୍ତକଳା ସମବାୟ ସମିତି ତରଫରୁ ରୁପା ତାରକସିକୁ ଜିଆଇ ମାନ୍ୟତା ଦେବା ପାଇଁ ଆବେଦନ ହୋଇଥିଲା। ଆବେଦନକୁ ବିଚାରକୁ ନେଇ କଟକ ତାରକସିର ଇତିହାସ ଏବଂ ବର୍ତ୍ତମାନର ସ୍ଥିତି ସମୀକ୍ଷା କରିବାକୁ ଏକ କନସଲଟାନ୍ସି ଫାର୍ମକୁ ଏହି ଦାୟିତ୍ଵ ଦିଆଯାଇଥିଲା । ଫାର୍ମର ସୁପାରିଶ କ୍ରମେ ତାମିଲନାଡୁର ଜିଆଇ ରେଜିଷ୍ଟ୍ରେସନ୍ ଉତ୍ପାଦର ନୋଡାଲ୍ ଅଫିସର୍ ପି.ସଞ୍ଜୟ ଗାନ୍ଧୀ କଟକ ରୁପା ତାରକସି ସମ୍ପର୍କରେ ୧୧୧ ପୃଷ୍ଟାର ରିପୋର୍ଟ ଜିଆଇ ରେଜିଷ୍ଟାରଙ୍କ ନିକଟରେ ଦାଖଲ କରିଥିଲେ । ଯେଉଁଥିରେ କଟକ ତାରକସିର ଐତିହ୍ୟ ଓ କାରିଗରୀ ସମ୍ପର୍କରେ ବିସ୍ତୃତ ଉଲ୍ଲେଖ ରହିଥିଲା । ଯାହାର ତର୍ଜମା କରି ବିଶ୍ଵପ୍ରସିଦ୍ଧ କଟକର ତାରକସି କାମକୁ ଜିଆଇ ମାନ୍ୟତା ଦିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |