୫ ମେଡିକାଲ କଲେଜର ଟିଚିଂ ହସ୍ପିଟାଲ ଉଦ୍‌ଘାଟିତ

ଭୁବନେଶ୍ୱର,୩।୩ :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡ଼ିକରେ ଟିଚିଂ ହସ୍ପିଟାଲର ଉଦ୍‌ଘାଟନ କରିବା ସହିତ ୪ଟି ମେଡିକାଲ କଲେଜର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ବିଶ୍ୱସ୍ତରୀୟ କରିବା ପାଇଁ ଭିତ୍ତି ରଖିଛନ୍ତି। ଉଦ୍‌ଘାଟିତ ହୋଇଥିବା ଟିଚିଂ ହସ୍‌ପିଟାଲ ହେଉଛି ବଲାଙ୍ଗୀରରେ ୬୫୦ ଶଯ୍ୟା ବିଶିଷ୍ଟ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ, ବାରିପଦାରେ ୬୫୦ ଶଯ୍ୟା ବିଶିଷ୍ଟ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଓ ହସ୍ପିଟାଲ, ସୁନ୍ଦରଗଡ଼ରେ ୫୦୦ ଶଯ୍ୟା ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ, କେନ୍ଦୁଝରରେ ୫୦୦ ଶଯ୍ୟା ବିଶିଷ୍ଟ ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ଓ ବାଲେଶ୍ୱରରେ ୬୫୦ ଶଯ୍ୟା ବିଶିଷ୍ଟ ଫକୀର ମୋହନ ମେଡିକାଲ କଲେଜ ଓ ହସ୍ପିଟାଲ। ଏହାସହ କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କ୍ୟାନସର ଗବେଷଣା ପ୍ରତିଷ୍ଠାନ, ବ୍ରହ୍ମପୁରରେ ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍ପିଟାଲ, ରାଉରକେଲା ସରକାରୀ ହସ୍ପିଟାଲ ଓ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ମେଡିକାଲ ଓ ଗବେଷଣା ପ୍ରତିଷ୍ଠାନକୁ ବିଶ୍ୱସ୍ତରୀୟ ଭିତ୍ତିଭୂମି ଯୋଗାଇଦେବା ପାଇଁ ଭିତ୍ତିପ୍ରସ୍ତର ରଖାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଜିର ଦିନ ମାଇଲଖୁଣ୍ଟ ହୋଇରହିବ। ଗୋଟିଏ ଦିନରେ ୫ଟି ମେଡିକାଲ କଲେଜ ହସ୍ପିଟାଲ‌ରେ ୨,୯୫୦ ଶଯ୍ୟା ଯୋଡ଼ି ହୋଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି। ଏଥିସହ କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କ୍ୟାନ୍‌ସର ଗବେଷଣା ପ୍ରତିଷ୍ଠାନ, ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ, ରାଉରକେଲା ସରକାରୀ ହସ୍ପିଟାଲ ଏବଂ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ମେଡିକାଲ ଓ ଗବେଷଣା ପ୍ରତିଷ୍ଠାନକୁ ବିଶ୍ୱସ୍ତରୀୟ ଭିତ୍ତିଭୂମି ଯୋଗାଇଦେବା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଲେ, ଆଜି ଦିନଟି ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ମାଇଲ୍‌ଷ୍ଟୋନ ହୋଇ ରହିବ। ଗୋଟିଏ ଦିନରେ ୫ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ୨,୯୫୦ ଶଯ୍ୟା ଯୋଡ଼ିହେଲା। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯାଇଛି। ଏହାଦ୍ୱାରା ବଲାଙ୍ଗୀରରୁ ବାରିପଦା, ସୁନ୍ଦରଗଡ଼ରୁ କେନ୍ଦୁଝର ଓ ବାଲେଶ୍ୱର ସବୁ ଅଞ୍ଚଳର ଜନସାଧାରଣ ଉପକୃତ ହେବେ। ଦିନ ଥିଲା ଓଡ଼ିଶାରେ ମାତ୍ର ୩ଟି ସରକାରୀ ମେଡିକାଲ କଲେଜ ଥିଲା। ଗତ ୬ ବର୍ଷ ମଧ୍ୟରେ ୮ଟି ନୂଆ ମେଡିକାଲ କଲେଜ ଓ ୨ଟି ସ୍ନାତକୋତ୍ତର ପ୍ରତିଷ୍ଠାନ ଗଢ଼ି ଉଠିଛି। ଆଗାମୀ ଦିନରେ ଆଉ ୩ଟି ମେଡିକାଲ କଲେଜ ମଧ୍ୟ ହେବାକୁ ଯାଉଛି। ଆଗରୁ ବର୍ଷକୁ ମାତ୍ର ୩୨୧ଜଣ ଏମ୍‌ବିବିଏସ୍‌ ଡାକ୍ତର ଓ ୨୫୪ ଜଣ ସ୍ପେଶାଲିଷ୍ଟ ବାହାରୁଥିଲେ। ଏବେ ୨,୫୨୫ ଏମ୍‌ବିବିଏସ୍‌ ଡାକ୍ତର ଓ ୯୭୨ ସ୍ପେଶାଲିଷ୍ଟ ବାହାରୁଛନ୍ତି। ୪ ସ୍ବାସ୍ଥ୍ୟାନୁଷ୍ଠାନକୁ ବିଶ୍ୱସ୍ତରୀୟ ହସ୍ପିଟାଲରେ ରୂପାନ୍ତର କରିବା ପାଇଁ ଭିତ୍ତି ଦିଆଗଲା। ଏଥିପାଇଁ ୩,୪୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!