ଚଣ୍ଡିଖୋଲରେ ୧୯, ୬୦୦ କୋଟିର ପ୍ରକଳ୍ପ ଲୋକାର୍ପଣ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ ,,୩।୩: ମାର୍ଚ୍ଚ ୫ ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ମାର୍ଚ୍ଚ ୪ରୁ ୬ ତାରିଖ ମଧ୍ୟରେ ୫ଟି ରାଜ୍ୟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଓଡ଼ିଶା ସହିତ ତେଲେଙ୍ଗାନା, ତାମିଲନାଡୁ, ପଶ୍ଚିମବଙ୍ଗ ଓ ବିହାର ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ଗସ୍ତ ସମୟରେ ଏସବୁ ରାଜ୍ୟରେ ଏକାଧିକ ପ୍ରକଳ୍ପର ଲୋକାର୍ପଣ କରିବେ।ମାର୍ଚ୍ଚ ୫ ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ମାର୍ଚ୍ଚ ୫ ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ହେଲିକପ୍ଟର ଯୋଗେ ଚଣ୍ଡିଖୋଲ ଯାତ୍ରା କରି ସେଠାରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେବେ। ଚଣ୍ଡିଖୋଲରେ ୧୯,୬୦୦ କୋଟିର ପ୍ରକଳ୍ପ ଲୋକାର୍ପଣ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।ଯାଜପୁର ଚଣ୍ଡିଖୋଲ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବାକୁ ଥିବାରୁ ଆଜି ବେଣାପୁର ପଡ଼ିଆ ଅସ୍ଥାୟୀ ହେଲିପ୍ୟାଡରେ ଲାଣ୍ଡିଂନେଇ ସମୀକ୍ଷା କରାଯାଇଛି। ଏଠାରେ ପରୀକ୍ଷାମୂଳକ ଭାବେ ବାୟୁସେନାର ହେଲିକପ୍ଟର ଲାଣ୍ଡିଂ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ପାଇଁ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରି ଦିଲ୍ଲୀ ଫେରିଯିବେ ବୋଲି ସୂଚନା ମିଳିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!