କମିବ ଖରା, ପଶ୍ଚିମା ଝଡ ପ୍ରଭାବରେ ୨ଦିନ ଜିଲାରେ ବର୍ଷିବ

ଭୁବନେଶ୍ୱର,୪।୩: ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି ଯାଏ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।ମିଳିବ କିଛି ମାତ୍ରାରେ ଆଶ୍ବସ୍ତି  । ଆସୁଛି ପଶ୍ଚିମା ଝଡପ୍ରଭାବରେ ତାତିରେ ଲାଗିବ ବିରାମ। ବର୍ତ୍ତମାନ ରାଜ୍ୟ ଉପରେ କୌଣସି ନିର୍ଦ୍ଦିଷ୍ଟ ପାଣିପାଗର ପ୍ରଭାବ ନଥିବା ବେଳେ ପଶ୍ଚିମାଝଡ ପ୍ରଭାବରେ ୫ ତାରିଖ ଯାଏ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ନେଇ ଆକଳନ କରିଚି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ଆକଳନ କରିଚି ଆଞ୍ଚଳିକ ପାଣିପାଗ ବିଭାଗ। ଗତକାଲି ୩୭ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ସହର ପାଲଟିଥିଲା ମାଲକାନଗିରି। ସେହିପରି ଭୁବନେଶ୍ଵର ଓ ପାରଳାଖେମୁଣ୍ଡିରେ ତାପମାତ୍ରା ଥିଲା ୩୬.୮ ଡିଗ୍ରୀ ସେଲସିୟସ୍ ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଅନୁଗୋଳ ଜିଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ଆସନ୍ତାକାଲି ସୁନ୍ଦରଗଡ଼, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ ଓ ଯାଜପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। କିନ୍ତୁ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତିରେ ବ୍ରେକ ଲାଗିବ ନାହିଁ। ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!