ମୋକିମଙ୍କ ନିର୍ବାଚନ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ

କଟକ,୪ା୨ : କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ । ନିର୍ବାଚନୀ ଅନିୟମିତତା ମାମଲାର ଶୁଣାଣି କରି ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ ।ବାରବାଟୀ-କଟକ ବିଧାନସଭା ନିର୍ବାଚନୀ ମଣ୍ଡଳୀର ବିଜୟୀ ପ୍ରାର୍ଥୀ କଂଗ୍ରେସ ବିଧାୟକ ମହମ୍ମଦ୍‌ ମୋକିମ୍‌ଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିବାକୁ ହାଇକୋର୍ଟରେ ପରାଜିତ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ମାମଲା ରୁଜୁ କରାଯାଇଥିଲା। ବିଧାୟକ ମୋକିମ୍‌ ତାଙ୍କ ସତ୍ୟପାଠରେ ଅନେକ ତଥ୍ୟ ଲୁଚାଇଥିବା ଆବେଦନକାରୀ ସାମନ୍ତରାୟ ଅଭିଯୋଗ କରିଥିଲେ। ହାଇକୋର୍ଟରେ ମାମଲାର ଦୀର୍ଘଦିନର ଶୁଣାଣି ପରେ ଅନ୍ତିମ ପର୍ଯ୍ୟାୟରେ ଆବେଦନକାରୀ ଦେବାଶିଷ ସାମନ୍ତରାୟ ଓ ପ୍ରତିପକ୍ଷ ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ଯୁକ୍ତି ଉପସ୍ଥାପନ ଶେଷ ହୋଇଥିଲା। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଉଭୟ ପକ୍ଷରେ ଉପସ୍ଥାପନ କରିଥିବା ବାଚନିକ ଯୁକ୍ତିକୁ ଲିଖିତ ଆକାରରେ ଅଦାଲତରେ ଫେବୃଆରୀ ୭ରେ ଦାଖଲ କରାଯାଇଥିଲା। ବିଚାରପତି ମାମଲାର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ। ଆବେଦନକାରୀ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ମିଲନ୍‌ କାନୁନ୍‌ଗୋ, ଆଇନଜୀବୀ ଗୋପାଳ ଅଗ୍ରଓ୍ବାଲ ଏବଂ ପ୍ରତିପକ୍ଷ ବିଧାୟକ ମୋକିମ୍‌ଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ବିଦ୍ୟାଧର ମିଶ୍ର ଓ ତରଣୀକାନ୍ତ ବିଶ୍ୱାଳ ମାମଲା ପରିଚାଳନା କରୁଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!