ବଢ଼ିଲା ଉର୍ଦ୍ଦୁ ଶିକ୍ଷକଙ୍କ ପାରିଶ୍ରମିକ

ଭୁବନେଶ୍ୱର,୪ା୩:ଭୁବନେଶ୍ୱର,୪ା୩:ରାଜ୍ୟର ଉଚ୍ଚ ପ୍ରାଥମିକ ଓ ମଧ୍ୟ ଇଂରାଜୀ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।ଏହି ଉର୍ଦ୍ଦୁ ଶିକ୍ଷକମାନେ ମାସିକ ପାରିଶ୍ରମିକ ବାବଦକୁ ୭,୪୦୦ ଟଙ୍କା ପାଉଥିବା ବେଳେ ଏଣିକି ସେମାନେ ୧୫,୦୦୦ ଟଙ୍କା ପାଇବେ। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ଫଳରେ ଉଚ୍ଚ ପ୍ରାଥମିକ ଓ ମଧ୍ୟ ଇଂରାଜୀ ବିଦ୍ୟାଳୟ ଗୁଡିକରେ ନିୟୋଜିତ ୪୪ ଜଣ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ୪୦ ଉର୍ଦ୍ଦୁ ସମ୍ବଳ ଶିକ୍ଷକ ଉପକୃତ ହେବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!