ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅପରାହ୍ନରେ ଓଡ଼ିଶା ଗସ୍ତରେ ଆସି ଯାଜପୁର ଜିଲ୍ଲା ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ପଡିଆରେ ଆୟୋଜନ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବେ । ୨୦ହଜାର କୋଟି ଟଙ୍କାରୁ ଊଦ୍ଧ୍ୱର୍ ତୈଳ ଏବଂ ଗ୍ୟାସ୍‍, ରେଳବାଇ, ରାସ୍ତା, ପରିବହନ ଏବଂ ଆଣବିକ ଶକ୍ତି କ୍ଷେତ୍ରର ବିଭିନ୍ନ ଉନ୍ନୟନମୂଳକ ବିଭିନ୍ନ ପ୍ରକଳ୍ପର ପ୍ରଧାନମନ୍ତ୍ରୀ ଶିଳାନ୍ୟାସ ଏବଂ ଉଦ୍‍ଘାଟନ କରିବେ ।  ଏଥିସହ ସାଧାରଣ ସଭାରେ ସେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି।ପାରାଦୀପ ରିଫାଇନାରିରେ ଭାରତୀୟ ତୈଳ ନିଗମ ଲିମିଟେଡର ମନୋ ଏଥିଲିନ୍ ଗ୍ଲାଇକଲ୍ ପ୍ରକଳ୍ପକୁ ମୋଦି ଉଦଘାଟନ କରିବେ। ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ପର୍ଯ୍ୟନ୍ତ ୩୪୪ କିଲୋମିଟର ଲମ୍ବ ଉତ୍ପାଦ ପାଇପଲାଇନ୍ ପ୍ରକଳ୍ପ ଏବଂ ପାରାଦୀପରେ ନିର୍ମିତ ୦.୬ MMTPA ଏଲପିଜି ଆମଦାନୀ ସୁବିଧାର ମଧ୍ୟ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ।ଏଥିସହିତ ଶ୍ରୀ ମୋଦୀ କେନ୍ଦ୍ରାପଡ଼ା ଜିଲ୍ଲା ଦେଇ ହରିଦାସପୁର– ପାରାଦ୍ୱୀପ ରେଳମାର୍ଗରେ ପ୍ରଥମ ଯାତ୍ରୀବାହୀ ମେମୁ ଟ୍ରେନ୍‍ ଚଳାଚଳର ଶୁଭାରମ୍ଭ କରିବେ । ପାରାଦ୍ୱୀପ–କେନ୍ଦୁଝରଗଡ଼ ମଧ୍ୟରେ ଏହା ପ୍ରଥମ ଟ୍ରେନ୍‍ ଚଳାଚଳ କରିବ ।ପ୍ରଧାନମନ୍ତ୍ରୀ ଆଜି ଅପରାହ୍ନରେ ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବା ପରେ ବାୟୁସେନାର ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଚଣ୍ଡିଖୋଲ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜନଜାତି ଓ ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ଉପସ୍ଥିତ ରହିବେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!