ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀ: ୨୦ ହଜାର କୋଟି ପ୍ରକଳ୍ପ ଭେଟି

ଭୁବନେଶ୍ୱର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ଓଡ଼ିଶା ଗସ୍ତରେ ଆସି ଯାଜପୁରର ଚଣ୍ଡିଖୋଲସ୍ଥିତ ବେଣାପୁର ପଡ଼ିଆରେ ପହଞ୍ଚିଛନ୍ତି। ସେଠାରେ ପୂର୍ବରୁ ଉପସ୍ଥିତ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୁଲତୋଡ଼ା ଦେଇ ପାଛୋଟି ନେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ଲାଗି ସେଠାରେ ବିପୁଳ ଜନସମାବେଶ ହୋଇଛି।ଯାଜପୁର ଚଣ୍ଡିଖୋଲ ସଭାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଚଣ୍ଡିଖୋଲ ସଭାରେ ପହଞ୍ଚି ସ୍ଥାନୀୟ ଅଞ୍ଚଳରେ ପ୍ରାୟ ୨୦ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଏହି ସଭାରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମେତ ରାଜ୍ୟପାଳ ରଘୁବର ଦାସ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହିଛନ୍ତି । ଏହାବ୍ୟତୀତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ବିଶ୍ୱେଶ୍ୱର ଟୁଡୁ ମଧ୍ୟ କ୍ରାର୍ଯ୍ୟକ୍ରମରେ ଉପସ୍ଥିତ ରହିଛନ୍ତି ।ଏହି ଅବସରରେ ପ୍ରଧାନମନ୍ତ୍ରୀ ଓଡିଶାର ୩ଟି ନୂଆ ଟ୍ରେନ୍‌‌ର ସେବାର ମଧ୍ୟ ଶୁଭାରମ୍ଭ କରିଛନ୍ତି। କେନ୍ଦୁଝରଗଡ ଷ୍ଟେସନରୁ ପୁରୀ-ଆନନ୍ଦବିହାର ଟର୍ମିନାଲ ମଧ୍ୟରେ ନୂଆ ଟ୍ରେନ, ପାରାଦୀପ ଷ୍ଟେସନରୁ ପାରାଦୀପ-କେନ୍ଦୁଝର, ଏମ୍‌‌ଏମ୍‌‌ଏଲ୍‌‌ପି ଯାଜପୁର, ଓଡିଶାରୁ ଆଇସିଡି ଦାଦରୀ, ଉତ୍ତରପ୍ରଦେଶରୁ କଣ୍ଟେନର୍‌‌ ଟ୍ରେନ୍‌‌ର ଶୁଭାରମ୍ଭ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!