ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କଲେ ନବୀନ

ଭୁବନେଶ୍ୱର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଚଣ୍ଡିଖୋଲର ବେଣାପୁର ସଭାରେ ଯୋଗଦେଇ ଓଡିଶାବାସୀଙ୍କୁ ୧୯,୬୦୦ କୋଟିର ଊର୍ଦ୍ଧ୍ୱ ଟଙ୍କାର ଏକାଧିକ ପ୍ରକଳ୍ପର ଭେଟି ଦେଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜନ୍ମବାର୍ଷିକୀ ଅବସରରେ ମନେ ପକାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।ତେଲେଙ୍ଗାନରୁ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱରରେ ପହଞ୍ଚିବା ପରେ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ଚଣ୍ଡିଖୋଲରେ ପହଞ୍ଚିଛନ୍ତି । ପ୍ରାୟ ୨୦ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଲୋକାର୍ପଣ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ । ଏଥିମଧ୍ୟରେ ରହିଛି ତୈଳ ଓ ଗ୍ୟାସ, ରେଳବାଇ, ସଡକ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତିର ପ୍ରକଳ୍ପ ।ଆଜି ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଂଶସା କରିଛନ୍ତି । କହିଛନ୍ତି, ଓଡ଼ିଶା ପାଇଁ ପ୍ରଧାନମନ୍ତ୍ରୀ ଅନେକ ପ୍ରକଳ୍ପ ଆରମ୍ଭ କରିଛନ୍ତି ଏହା ବହୁତ ଖୁସିର କଥା ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ । ଆହୁରି ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ଏବେ ୫ମ ବୃହତ୍ତ ଅର୍ଥନୈତିକ ଶକ୍ତି ଭାବେ ଉଭା ହୋଇଛି । ଖୁବଶୀଘ୍ର ଭାରତ ତୃତୀୟ ବୃହତ ଅର୍ଥନୀତି ଭାବେ ଉଭା ହେବ । ଏବେ ଓଡ଼ିଶା ପୂର୍ବ ଭାରତର ଉତ୍ପାଦନର ହବ୍ ହେବାକୁ ଯାଉଛି । ଆଗକୁ ଓଡ଼ିଶା ପାଇଁ ଅନେକ କାମ କରିବାକୁ ଅଛି । ଓଡ଼ିଶାର ବିକାଶ ପାଇଁ ପ୍ରଧାନମନ୍ତ୍ରୀଙ୍କ ସହଯୋଗ କାମନା କରୁଛି ବୋଲି କହିଛନ୍ତି ନବୀନ । ସରକାରୀ କାର୍ଯ୍ୟକ୍ରମ ପରେ ସାଧାରଣ ସଭାକ ଉଦବୋଧନ କରିଛନ୍ତି ମୋଦି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!