ଆଜି ପବିତ୍ର ପଙ୍କଉଦ୍ଧାର ଏକାଦଶୀ,ଭକ୍ତଙ୍କୁ ଦର୍ଶନ ଦେବେ ବାବା ଲୋକନାଥ

ପୁରୀ,୬।୩:ଆଜି ପଙ୍କୋଦ୍ଧାର ଏକାଦଶୀ। ପୁରୀର ପ୍ରସିଦ୍ଧ ଶ୍ରୀଲୋକନାଥ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ପାଳନ ହେବ। ବର୍ଷର ଗୋଟିଏ ଦିନ ପଙ୍କୋଦ୍ଧାର ଏକାଦଶୀରେ ପ୍ରଭୁ ଲୋକନାଥଙ୍କୁ ଭକ୍ତମାନେ ଦର୍ଶନ କରନ୍ତି। ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଭାବେ ପରିଚିତ ଶ୍ରୀଲୋକନାଥ ଦେବଙ୍କ ପୀଠରେ ଆଜିର ଦିନର ବିଶେଷ ମହତ୍ୱ  ରହିଛି । ବିଶ୍ୱନିୟନ୍ତା ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଭଣ୍ଡାର ରକ୍ଷକ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ବିଳମ୍ବିତ ରାତି ୨ ଟାରୁ ଦ୍ୱାରଫିଟା ହେବାପରେ ସକାଳ ଧୂପ ଓ ଦ୍ବିପ୍ରହର ଧୂପ ପରେ ମନ୍ଦିର ଗମ୍ଭିରାରେ ବର୍ଷ ତମାମ ଭକ୍ତ ମାନଙ୍କ ଦ୍ୱାରା ଅର୍ପଣ କରାଯାଇଥିବା ବେଲପତ୍ର,ପୁଷ୍ପ ,ଫଳ, ସୁନା,ରୂପା ଓ ନୈବେଦ୍ୟକୁ କଢ଼ାଯିବ ।ତେଣୁ ଶୃଙ୍ଖଳିତ ଦର୍ଶନ ପାଇଁ ପୁରୀ ପୁଲିସ ପକ୍ଷରୁ ସମସ୍ତ ବ୍ୟବସ୍ଥା ହୋଇଛି। ବାରିକେଡ ବ୍ୟବସ୍ଥା, ଧାଡ଼ି ବ୍ୟବସ୍ଥା ସହ ଗାଡ଼ି ପାର୍କିଂ ପାଇଁ ସ୍ୱତନ୍ତ୍ର ସ୍ଥାନ ରଖାଯାଇଛି। ଚୋରି, ଛିନତାଇ, ଗଣ୍ଡଗୋଳକୁ ରୋକିବାକୁ ୮ ପ୍ଲାଟୁନ ପୁଲିସ ଫୋର୍ସ ସହ ସାଦା ପୋଷାକରେ ପୁଲିସ ମୁତୟନ ରହିବେ।ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଭୁ ଲୋକନାଥଙ୍କ ଦର୍ଶନ ପାଇଁ ହଜାର ହଜାର ଭକ୍ତ ଉତ୍କଣ୍ଠାରେ ଅପେକ୍ଷା କରି ରହିଛନ୍ତି।୨ ଜଣଅତିରିକ୍ତ ଏସପି ସୁରକ୍ଷା ଦାୟିତ୍ୱରେ ରହିବେ। ଆଉ ଏପଟେ ଜାଗର ଯାତ୍ରା ପାଇଁ ମଧ୍ୟ ୨୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବ ବୋଲି ସୂଚନା ଦେଇଛନ୍ତି ପୁରୀ ଏସପି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!