ଘାଟିରେ ଓଲଟିଲା OSRTC ବସ୍; ୧୫ ଆହତ

ଭୁବନେଶ୍ୱର,୬।୩:ଭାରସାମ୍ୟ ହରାଇ ଘାଟିରେ ଓଲଟି ପଡ଼ିଲା OSRTC ବସ୍। ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି। ବୌଦ୍ଧ-କନ୍ଧମାଳ ସୀମାନ୍ତ ଫୁଲବାଣୀ ରାଣୀପଥର ଘାଟିରେ ଏହି ଦୁର୍ଘଟଣା ଘଟିଛି। ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଆଜି ସକାଳେ OSRTC ବସଟି ଫୁଲବାଣୀରୁ ଅନୁଗୋଳ ଅଭିମୁଖେ ଯାଉଥିଲେ। ରାଣୀପଥର ଘାଟିରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୧୫ରୁ ଅଧିକ ଜଣ ଆହତ ହୋଇଛନ୍ତି। ବସର କାଚକୁ ଭାଙ୍ଗି ଯାତ୍ରମୀମାନଙ୍କୁ ଉଦ୍ଧାର କରାଯାଇଛି। ଆହତ ଯାତ୍ରୀମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ବସ୍‌ରେ ୪୫ ଜଣ ଯାତ୍ରୀ ଥିଲେ। ଦୁର୍ଘଟଣା ପରେ ଗାଡ଼ି ଛାଡି ଡ୍ରାଇଭର ଫେରାର ହୋଇଯାଇଥିଲା। ସୀମା ବିବାଦ ଯୋଗୁ ପୁଲିସ ଏପର୍ଯ୍ୟନ୍ତ ଘଟଣାସ୍ଥଳରେ ପହଞ୍ଚି ନାହିଁ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!