ଭୁବନେଶ୍ୱର,୬।୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟରେ ବିଏସ୍କଓ୍ବୋଇ ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ସମସ୍ତ ଗାଁ ଗହଳିର ଲୋକେ ଏହି ସୁବିଧା ପାଇବେ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ BSKY ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ଗାଁର ସବୁ ଲୋକ ଏହି ସୁବିଧା ପାଇବେ । ଆଜିଠାରୁ ଏହି କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ ପହିଲା ଠାରୁ ହିତାଧିକାରୀମାନେ ଏହାର ସୁବିଧା ପାଇବେ। ରାଜ୍ୟ ସରକାରଙ୍କ 5T ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାଢେ ୪ କୋଟି ଓଡିଶାବାସୀ ହେଉଛନ୍ତି ମୋ ପରିବାର । ଆପଣମାନଙ୍କ ସୁଖ ଦୁଃଖରେ ମୁଁ ସବୁବେଳେ ରହିଛି ଓ ରହିଥିବି। ଆପଣମାନଙ୍କ ଖୁସି ମୋ ଖୁସି । ସୁସ୍ଥ ସମାଜ ଏକ ସମୃଦ୍ଧ ରାଷ୍ଟ୍ରର ଆଧାର ଏବଂ ସ୍ୱାସ୍ଥ୍ୟ ସହିତ ଏହାର ଗଭୀର ସଂପର୍କ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋ ପରିବାରର ଲୋକମାନେ କିପରି ଭଲରେ ରହିବେ ସେଥିପାଇଁ ମୁଁ ସବୁବେଳେ କାମ କରି ଚାଲିଛି ଓ କରି ଚାଲିବି। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ପରିବାର ଯାହାକି ରାଜ୍ୟ ଜନସଂଖ୍ୟାର ୮୦ ଭାଗ ହେବେ, cashless ଚିକିତ୍ସା ସୁବିଧା ପାଉଛନ୍ତି। ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବାବେଳେ ପରିବାରର ଅନ୍ୟ ସଦସ୍ୟ ମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି। ଏହି ଯୋଜନାରେ ମାସକୁ ୧ ଲକ୍ଷ ୩୦ ହଜାର ହିତାଧିକାରୀ ୮୧୬ଟି ପଞ୍ଜିକୃତ ବେସରକାରୀ ହସ୍ପିଟାଲରେ ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୨୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |