ଆସନ୍ତାକାଲି ମହାଶିବରାତ୍ରି; ରାତି ୧୦ ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ

ଭୁବନେଶ୍ୱର,୭।୩:ଜାଗର ଦିନ ରାତି ୧୦ ଟାରେ ଉଠିବ ପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ |ଆସନ୍ତାକାଲି ମହାଶିବରାତ୍ରି। ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ନିର୍ଦ୍ଧାରିତ ନୀତିକାନ୍ତିକୁ ଠିକ୍ ସମୟରେ ସୁଚାରୁ ରୂପେ କିପରି ସମ୍ପାଦନ କରାଯିବ, ସେନେଇ ଗତକାଲି ଏକ ବୈଠକରେ ସେବାୟତ ମାନେ ନିଷ୍ପତ୍ତି ନେଇଛନ୍ତି।ଜାଗର ଦିନ ରାତି ୧୦ରେ ଯେମିତି ମହାଦୀପ ଉଠିବ ସେଥିପାଇଁ ସମସ୍ତେ ସହଯୋଗ କରିବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି। ଜାଗର ଉପଲକ୍ଷେ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। କୌଣସି ବିଶୃଙ୍ଖଳା ପରିସ୍ଥତି ନ ଘଟିବ ସେନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଅନ୍ୟପକ୍ଷରେ ଏକାମ୍ର ପ୍ରକାଶନି ପକ୍ଷରୁ ଭଜନ ସମାରୋହ କାର୍ଯ୍ୟକ୍ରମ ହେବ। ଅନୁରାଧା ପୋଡ଼ୁଆଲଙ୍କ ସମେତ ବଲିଉଡର ଗାୟକମାନେ ଆସି ଏଠି ଭଜନ ପରିବେଷଣ କରିବେ।ସଭାପତି ବ୍ରାହ୍ମଣ ନିଯୋଗ ବିରଞ୍ଚି ନାରାୟଣ ପତି କହିଛନ୍ତି, ସମସ୍ତଙ୍କ ସହଯୋଗରେ ମହାଦୀପ ଠିକ୍ ସମୟରେ ଉଠିବ। ଏଥିପାଇଁ ବୈଠକରେ ନିଷ୍ପତ୍ତି ହୋଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!