ଭୁବନେଶ୍ୱର,୮।୩: ଆସନ୍ତା ଲୋକ ସଭା ନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ ଶୁକ୍ରବାର ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ପ୍ରଥମ ପର୍ଯ୍ୟାୟରେ ୩୯ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ ଓଡ଼ିଶାରୁ କେହି ନ ଥିବା ଦେଖାଯାଇଛି। ଦଳ ପକ୍ଷରୁ ଓଡ଼ିଶାର କୌଣସି ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରାଯାଇନାହିଁ। ଦଳ ପକ୍ଷରୁ ଘୋଷଣା କରାଯାଇଥିବା ୩୯ ଆସନରୁ କେରଳରୁ ସର୍ବାଧିକ ୧୫ଜଣ ରହିଛନ୍ତି। ସେହିଭଳି କର୍ନାଟକରୁ ୮, ଛତିଶଗଡ଼ରୁ ୬, ତେଲେଙ୍ଗାନାରୁ ୫, ମେଘାଳୟରୁ ୨, ନାଗାଲାଣ୍ଡ-ସିକିମ୍-ତ୍ରିପୁରାରୁ ଜଣେ ଲେଖାଏ ପ୍ରାର୍ଥୀ ରହିଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |