ଭୁବନେଶ୍ୱର,୮।୩: ମେଣ୍ଟ ଆଲୋଚନା ହୋଇନି ବୋଲି କହିଲେ ମନମୋହନ । ଦିଲ୍ଲୀରୁ ଫେରି ବିଜେପି ସଭାପତି ମନମୋହନ ସାମଲଙ୍କ ସୂଚନା । ମେଣ୍ଟ ନେଇ କୌଣସି ଆଲୋଚନା ହୋଇନି କହିଲେ ମନମୋହନ । ଓଡ଼ିଶାରେ ବିଜେପି ଏକାକୀ ଲଢ଼ିବ ବୋଲି ଦୋହରାଇଲେ ମନମୋହନ । ଉଭୟ ଲୋକସଭା ଓ ବିଧାନସଭାରେ ବିଜେପି ଏକାକୀ ଲଢ଼ିବ ।ବିଜେପି କିଭଳି ସରକାର କରିବ, ସେନେଇ ଆଲୋଚନା ହୋଇଛି । ଉଭୟ କେନ୍ଦ୍ର ଓ ରାଜ୍ୟରେ ବିଜେପି ସରକାର ନେଇ ଆଲୋଚନା ହୋଇଛି । ଗତ କିଛିଦିନ ଧରି ରାଜ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା ଜାରି ରହିଥିଲା । ଘନ ଘନ ବୈଠକ ସହ, ବିଜେପି ଓ ବିଜେଡ଼ି ନେତାମାନେ ଦିଲ୍ଲୀ ଯାଉଥିଲେ ।ତେବେ ମେଣ୍ଟ ଚର୍ଚ୍ଚାକୁ ମନଗଢ଼ା କହି ବିରାମ ଲଗାଇଛନ୍ତି ମନମୋହନ । କହିଛନ୍ତି ସମସ୍ତ ଲୋକସଭା ଓ ବିଧାନସଭା ସିଟରେ ଏକାକୀ ଲଢ଼ିବ ଦଳ । ୧୪୭ ବିଧାନସଭା ଓ ୨୧ ଲୋକସଭା ପ୍ରାର୍ଥୀ କେବଳ ବିଜେପି ଦେବ ବୋଲି ଦିଲ୍ଲୀରୁ ଫେରିବା ପରେ କହିଛନ୍ତି ରାଜ୍ୟ ସଭାପତି ମନମୋହଲ ସାମଲ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |